www.samajalive.in
Saturday, December 13, 2025
15.1 C
Bhubaneswar

ପୌର ନିର୍ବାଚନ: ଆଜିଠୁ ନାମାଙ୍କନ ଦାଖଲ

ଭୁବନେଶ୍ୱର, (ନି.ପ୍ର): ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିର୍ଦେଶକ୍ରମେ ଗତକାଲି ୧୦୬ ପୌରାଞ୍ଚଳ ସମେତ କଟକ, ଭୁବନେଶ୍ବର ଓ ବ୍ରହ୍ମପୁର ମହାନଗର ନିଗମ ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଆସନ୍ତାକାଲି (୨ ତାରିଖରୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଆସନ୍ତା ୭ ତାରିଖ ନାମାଙ୍କନପତ୍ର ଦାଖଲର ଅନ୍ତିମ ତାରିଖ ରହିଛି। ୯ ତାରିଖରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ନାମାଙ୍କନପତ୍ର ପ୍ରତ୍ୟାହାର ଶେଷ ତାରିଖ ୧୪ ରହିଛି। ସେହିଦିନ ଚୂଡ଼ାନ୍ତ ପ୍ରାର୍ଥୀଙ୍କ ନାମ ତାଲିକା ପ୍ରକାଶ ପାଇବ।

 

- Advertisement -

ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ଅନୁଷ୍ଠିତ ହେବ। ଆସନ୍ତା ୨୬ରେ ଭୋଟ ଗଣତି ହେବା ସହ ଫଳ ପ୍ରକାଶ ପାଇବ। ମାର୍ଚ୍ଚ ୨୬ ପର‌୍ୟ୍ୟନ୍ତ ଆଦର୍ଶ ଆଚରଣ ବିଧି ବଳବତ୍ତର ରହିବ। ଆସନ୍ତା ମାର୍ଚ୍ଚ ୨୪ତାରିଖରେ ସମସ୍ତ ପୌର ପରିଷଦ ଓ ଏନ୍‌ଏସି ଏବଂ ୩ଟି ମହାନଗର ନିଗମରେ ପ୍ରାୟ ୪୧ଲକ୍ଷ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏହି ପୌର ନିର୍ବାଚନ ସମଗ୍ର ରାଜ୍ୟରେ ଗୋଟିଏ ଦିନରେ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟରେ ପ୍ରଥମ ଥର ପାଇଁ ପୌର ପରିଷଦ ଓ ଏନ୍‌ଏସି ଅଧ୍ୟକ୍ଷ ଓ ମହାନଗର ନିଗମର ମେୟର ପଦ ପାଇଁ ସିଧାସଳଖ ନିର୍ବାଚନ ହେବ। ନିର୍ବାଚନରେ ଭୋଟରମାନେ ଇଭିଏମ ମାଧ୍ୟମରେ ନିଜର ମତାଧିକାର ସାବ୍ୟସ୍ତ କରିବେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories