www.samajalive.in
Tuesday, December 9, 2025
16.1 C
Bhubaneswar

ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୫ ମୃତ, ୪୦ ନିଖୋଜ

ଶ୍ରୀନଗର : ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା କାରଣରୁ ଭୂସ୍ଖଳନ ହେବା ସହ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବୁଧବାର କିଶତ୍ୱର ଜିଲାର ଗୁଲବର୍ଗ ଅଞ୍ଚଳର ଏକ ଗାଁରେ ବାଦଲ ଫଟା ବର୍ଷା ଯୋଗୁଁ  ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦ ଜଣ ନିଖୋଜ ରହିଛନ୍ତି । ଏନେଇ ସ୍ଥାନୀୟ ପ୍ରଶାସନର ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଜମ୍ମୁ ଠାରୁ ପ୍ରାୟ ୨୦୦ କିଲୋମିଟର ଦୂରରେ ଏହି ଜିଲା ରହିଥିବା ବେଳେ ଏହା ହେଉଛି ଏକ ପାହାଡିଆ ଅଞ୍ଚଳ ।
ଭୋର ୪ଟା ସମୟରେ ଜିଲାର ଡଚ୍ଚନ ଅଞ୍ଚଳରେ ଥିବା ହଞ୍ଜର ଗାଁରେ ବାଦଲ ଫଟା ବର୍ଷା ହୋଇଥିଲା । ୨୮ ଜଣ ହଠାତ ନିଖୋଜ ହୋଇଯାଇଥିଲେ । ବର୍ତ୍ତମାନ ମଧ୍ୟ ଏହି ଅଞ୍ଚଳରେ ମୋବାଇଲ ନେଟୱର୍କ କାର୍ଯ୍ୟ କରୁ ନାହିଁ । ଯୋଗାଯୋଗ ମଧ୍ୟ ବିଚ୍ଛିନ୍ନ ରହିଛି । ଏହି ଘଟଣାରେ ୬ଟି ଘର ସମେତ ଗୋଟିଏ ରାସନ ଡିପୋ କ୍ଷତିଗ୍ରସ୍ତ ହୋଇଛି । ତୁରନ୍ତ ଉଦ୍ଧାରକାରୀ ଦଳ ଓ ସେନା ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି । ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହାସହ ୫ ମୃତଦେହ ଉଦ୍ଧାର ହୋଇଥିବା ବେଳେ ୪୦ ରୁ ଅଧିକ ନିଖୋଜ ରହିଛନ୍ତି ।
ଗତ କିଛି ଦିନ ହେବ ଜମ୍ମୁରେ ପ୍ରବଳ ବର୍ଷା ହୋଇଥିଲା । ଜୁଲାଇ ଶେଷ ସୁଦ୍ଧା କିଶତ୍ୱର ଜିଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି । ମଙ୍ଗଳବାର ରାତିରେ ପ୍ରଶାସନ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ନଦୀ ଓ ଝରଣାରେ ଜଳସ୍ତର ବୃଦ୍ଧି ନେଇ କୁହାଯାଇଥିଲା ।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories