www.samajalive.in
Sunday, December 7, 2025
14.1 C
Bhubaneswar

ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ; ୩ ମୃତ , ୯ ନିଖୋଜ

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ପିଥୌରାଗଡ଼ରେ ରବିବାର ବିଳମ୍ବିତ ରାତିରେ ବାଦଲ ଫଟା ବର୍ଷାରେ ବହୁ ଘରଦ୍ୱାର ମାଟି ତଳକୁ ଦବି ଯାଇଛି। ପାହାଡ଼ରୁ ହଠାତ ପଥର ଆଦି ଖସି ଅନେକ ଘର ଭାଙ୍ଗି ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି। ଏହାସହ ଜଳର ପ୍ରବଳ ସ୍ରୋତ କାରଣରୁ ଲୋକେ ମଧ୍ୟ ଭାସିଯାଇଥିବା ଖବର ସାମ୍ନାକୁ ଆସୁଛି। ଏଠାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ନିଖୋଜ ରହିଛନ୍ତି। ଆଗାମୀ ୨ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ଏହା ସମସ୍ୟା ସୃଷ୍ଟି କରିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି।

ସୂଚନା ଯୋଗ୍ୟ,  ଗତକାଲି ରାତି ସମୟରେ ପ୍ରବଳ ବର୍ଷା ହେବା ପରେ ଏଠାକାର ମୁନ୍ସୟାରୀର ଟାଗା ଗାଁ ଓ ବଙ୍ଗାପାନୀର ଗେଲା ଗାଁରେ ବାଦଲଫଟା ବର୍ଷା କାରଣରୁ ଖୁବ କ୍ଷତି ହୋଇଛି। କିଛି ଘର ଆଖିପିଛୁଳାକେ ମାଟିରେ ଧସି ପଡ଼ିଲା। ଗେଲା ଗାଁରେ ୩ ଜଣଙ୍କର ଘରର ଭୁଷୁଡ଼ିପଡ଼ିବାରୁ ସେଥିରେ ଦବି ଯାଇ ମୃତ୍ୟୁ ହେବା ସହ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ଏହାସହ ଟାଗାର ୯ ଜଣ ନିଖୋଜ ରହିଛନ୍ତି। ଜଣେ ଆହତ ହୋଇଛନ୍ତି। ପ୍ରବଳ ବର୍ଷାରେ ରାସ୍ତାରେ ଜଳର ଅତିରିକ୍ତ ପ୍ରବାହ ଯୋଗୁଁ ଅନେକ ଲୋକେ ଗ୍ରାମରେ ଫସି ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବାକୁ ଉଦ୍ଧାରକାରୀ ଦଳଙ୍କୁ ସେଠାକୁ ପଠାଯାଇଛି ବୋଲି ସୂଚନା ମିଳିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories