www.samajalive.in
Monday, December 8, 2025
13.1 C
Bhubaneswar

ବାଲିଗୁଡାରେ କ୍ଲଷ୍ଟର ସ୍ତରୀୟ ନିପୂଣ ଓଡ଼ିଶା ମେଳା

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବ୍ଲକ୍ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ କ୍ଲଷ୍ଟର ସ୍ତରୀୟ ନିପୂଣ ଓଡ଼ିଶା ମେଳା ବାଲିଗୁଡା ଏନ୍.ଏ.ସି(୧) କେନ୍ଦ୍ର ସଂଯୋଜିକା ସୈାଦାମିନୀ ସାହୁଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ବଳରାମ ବେହେରା। ବ୍ଲକ୍ କଲୋନୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୈତାରୀ ପରିଡ଼ା ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ସୈାଦାମିନୀ ସାହୁ ମେଳାର ଉଦେଶ୍ୟ ବିଷୟରେ ବୁଝାଇଥିଲେ। ଏହି ମେଳାରେ ବ୍ଲକ୍ କଲୋନୀ କ୍ଲଷ୍ଟର ଅନ୍ତର୍ଗତ ୧୦ ଗୋଟି ବିଦ୍ୟାଳୟର ଏଫ.ଏଲ୍.ଏନ୍ ଶିକ୍ଷକ ଶିକ୍ଷୟିତ୍ରୀ ତଥା ପ୍ରତ୍ୟେକ ବିଦ୍ୟାଳୟରୁ ୧୦ ଜଣ ଲେଖାଏଁ ଛାତ୍ରଛାତ୍ରୀ ବିଭିନ୍ନ ଶିକ୍ଷଣ ସାମଗ୍ରୀ ସହିତ ଉପସ୍ଥିତ ରହି ମେଳାକୁ ଉପଭୋଗ କରିବା ସହିତ ମେଳାକୁ ଆସୁଥିବା ସମସ୍ତ ଛାତ୍ରଛାତ୍ରୀ ଅଭିଭାବକ ତଥା ଶିକ୍ଷା ବିଭାଗର ଅଧିକାରୀ ମାନଙ୍କୁ ଏହାର ଉପଯୋଗିତା ବିଷୟରେ ବୁଝାଇଥିଲେ। ଶେଷରେ ସହକାରୀ ଶିକ୍ଷକ ଅମୂଲ୍ୟ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥଲେ।

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories