www.samajalive.in
Sunday, December 7, 2025
23.1 C
Bhubaneswar

୫ଲକ୍ଷ ନୂଆ ହିତାଧିକାରୀଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ସାମିଲ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଚଳିତ ଡିସେମ୍ବର ୧୫ତାରିଖରୁ ରାଜ୍ୟରେ ୫ଲକ୍ଷ ନୂଆ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯିବ ବୋଲି ବୁଧବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ରାଜ୍ୟର ଜଣେ ବି ଯୋଗ୍ୟ ହିତାଧିକାରୀ ଯେପରି ଏହି ଯୋଜନାରୁ ବଞ୍ଚିତ ନ ରହନ୍ତି ତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି। ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ଏହି ନିଜସ୍ବ ଯୋଜନାରେ ୪୩ଲକ୍ଷ ହିତାଧିକାରୀ ଉପକୃତ ହେଉଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀଙ୍କ କଳାକାର ସହାୟତା ଯୋଜନାରେ ୪୦ହଜାର କଳାକାରଙ୍କୁ ଚଳିତ ଡିସେମ୍ବର ୧୫ତାରିଖରୁ ମାସିକ ୧୨ଶହ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଉଭୟ ମଧୁବାବୁ ପେନସନ ଯୋଜନା ଓ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାର ହିତାଧିକାରୀଙ୍କୁ ପ୍ରତି ମାସ ୧୫ରୁ ୨୦ତାରିଖ ପର୍ଯ୍ୟନ୍ତ ସ୍ବତନ୍ତ୍ର କ୍ୟାମ୍ପ ମାଧ୍ୟମରେ ଏହା ପ୍ରଦାନ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି। ଏହି କ୍ୟାମ୍ପ ଆୟୋଜନରେ ପଞ୍ଚାୟତିରାଜ ଅନୁଷ୍ଠାନର ପ୍ରତିନିଧି ଏବଂ ସ୍ବେଚ୍ଛାସେବୀମାନଙ୍କ ସହାୟତା ନିଆଯିବ। ପିଠା କ୍ୟାମ୍ପର ଆୟୋଜନ ଯଥେଷ୍ଟ ଆଗରୁ ସ୍ଥାନୀୟ ଲୋକଙ୍କୁ ପ୍ରଚାର ମାଧ୍ୟମରେ ସଚେତନ କରାଯିବ।

ବୁଧବାର ସଚିବାଳୟରେ ପିଠା କାର୍ଯ୍ୟକ୍ରମର କାର୍ଯ୍ୟକାରିତା ସମ୍ବନ୍ଧରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାର ବିଭିନ୍ନ ଯୋଜନାର ହିତାଧିକାରୀମାନେ ଯେପରି ସେମାନଙ୍କ ହକ୍‌ ସୁବିଧାରେ ପାଇ ପାରିବେ ତାକୁ ଦୃଷ୍ଟି​ରେ ରଖି ଏହି ପିଠା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମ ପ୍ରତି ମାସ ୧୫ରୁ ୨୦ ତାରିଖ ପର୍ଯ୍ୟନ୍ତ ବ୍ଲକ ସ୍ତରରେ ଆୟୋଜନ କରାଯିବ। ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଏହି କାର୍ଯ୍ୟକ୍ରମରେ ବ୍ୟାପକ ଜନସଚେତନତା ସୃଷ୍ଟି କରାଯିବା ଉପରେ ବିଶେଷ ଗୁରୁତ୍ବ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପିଠା କାର୍ଯ୍ୟକ୍ରମ ଦ୍ବାରା ଜନସାଧାରଣ ସଶକ୍ତ ହେବା ସହ ପ୍ରଶାସନ ଅଧିକ ଉତ୍ତରଦାୟୀ ହେବ ଓ କାର୍ଯ୍ୟକ୍ରମର ସ୍ବଚ୍ଚତା ବୃଦ୍ଧି ପାଇବ।

- Advertisement -

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ, ବିଭିନ୍ନ ଜିଲାର ଜିଲାପାଳ ଓ ବିଡିଓ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories