ମୟୂରଭଞ୍ଜ : ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ମୟୂରଭଞ୍ଜ ଜିଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ବାରିପଦା ଛଉପଡିଆରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୧ଟି ଜନହିତକାରୀ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏହାସହ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ନେଇ ହେବାକୁ ଥିବା ସଭାରେ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।
ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ମୟୂରଭଞ୍ଜ ଜିଲା ଗସ୍ତ
Popular Categories



