www.samajalive.in
Tuesday, December 9, 2025
26.1 C
Bhubaneswar

କୋଭିଡ୍‌ ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସାବାସୀ

ଭୁବନେଶ୍ବର : ରାଜ୍ୟରେ ଶୁକ୍ରବାର ୫୬୫ ଜଣ କରୋନା ସଂକ୍ରମିତ ସୁସ୍ଥ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ତୋଷ ବ୍ୟକ୍ତ କରିବା ସହ ସ୍ୱାସ୍ଥ୍ୟକର୍ମୀ ଓ କୋଭିଡ ଯୋଦ୍ଧାମାନଙ୍କୁ ପ୍ରଶଂସା କରିଛନ୍ତି । ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗଞ୍ଜାମ ଜିଲାର କୋଭିଡ଼ ଯୋଦ୍ଧା ସବ୍ ଇନ୍ସପେକ୍ଟର ବି ବି ସେଠୀ କୋଭିଡ଼ରୁ ସୁସ୍ଥ ହେବା ପରେ କାର୍ଯ୍ୟରେ ଯୋଗଦେବା ଏକ ପ୍ରଶଂସନୀୟ କାର୍ଯ୍ୟ। ଏହା କୋଭିଡ଼ ଯୋଦ୍ଧାମାନଙ୍କୁ କାର୍ଯ୍ୟ କ୍ଷେତ୍ରରେ ଉତ୍ସାହିତ କରିବ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସାମାଜିକ ଗଣମାଧ୍ୟମ ଜରିଆରେ କୁହାଯାଇଛି ଯେ ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୫୬୫ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଗତ ତିନିଦିନ ହେଲା ସୁସ୍ଥ ସଂଖ୍ୟା ବଢ଼ି ଚାଲିଛି। ଏଥିପାଇଁ ସ୍ୱାସ୍ଥ୍ୟକର୍ମୀ ଓ କୋଭିଡ ଯୋଦ୍ଧାମାନଙ୍କ ନିଷ୍ଠାପର ଉଦ୍ୟମ ଅତ୍ୟନ୍ତ ପ୍ରଶଂସନୀୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories