www.samajalive.in
Sunday, December 7, 2025
15.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଓଡ଼ିଆ ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ଆଜି

ଭୁବନେଶ୍ୱର/ସାକ୍ଷିଗୋପାଳ: ସତ୍ୟବାଦୀରେ ପ୍ରତିଷ୍ଠା ହେବ ଓଡ଼ିଆ ବିଶ୍ୱବିଦ୍ୟାଳୟ। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ମଙ୍ଗଳବାର ପୂର୍ବାହ୍ନରେ ସତ୍ୟବାଦୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଶିକ୍ଷା ବିକାଶ ଏବଂ ସ୍ୱାଧୀନତା ଆନ୍ଦୋଳନରେ ସତ୍ୟବାଦୀର ଭୂମିକା ଥିଲା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସତ୍ୟବାଦୀର ବକୁଳବନରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଦ୍ୱାରା ଆରମ୍ଭ ହୋଇଥିଲା ଆଦର୍ଶ ଶିକ୍ଷାନୁଷ୍ଠାନ ବନ ବିଦ୍ୟାଳୟ। ବକୁଳବନ ନିକଟରେ ଏହି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଓଡ଼ିଆ ନବଜାଗରଣର ପୀଠ ସତ୍ୟବାଦୀର ବକୁଳ ବନ ଶିକ୍ଷା କ୍ଷେତ୍ରରେ ଏକ ଆଦର୍ଶ ପୀଠ ଭାବେ ପ୍ରସିଦ୍ଧି ଲାଭ କରିଥିଲା। ବକୁଳବନ ନିକଟରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ଗତ ଜୁଲାଇ ମାସରେ ଏହି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପ୍ରସ୍ତାବକୁ ଐତିହ୍ୟ କ୍ୟାବିନେଟ ଅନୁମୋଦନ କରିଥିଲା।
ଉତ୍କଳମଣିଙ୍କ ସହ ପଣ୍ଡିତ ନୀଳକଣ୍ଠ ଦାସ, ପଣ୍ଡିତ ଗୋଦାବରୀଶ ମିଶ୍ର, ଆଚାର୍ଯ୍ୟ ହରିହର ଦାସ ଏବଂ ପଣ୍ଡିତ କୃପାସିନ୍ଧୁ ମିଶ୍ର ଏହି ବନ ବିଦ୍ୟାଳୟ ଚଳାଉଥିଲେ। ପଞ୍ଚସଖା ଭାବେ ପରିଚିତ ଏହି ପାଞ୍ଚଜଣ ପୁଣ୍ୟାତ୍ମା ସେଠାରେ ରହି ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନ କରୁଥିଲେ। ସ୍ୱାଧୀନତା ଆନ୍ଦୋଳନରେ ସେମାନଙ୍କ ଅବଦାନ ଥିଲା ଅତୁଳନୀୟ। ପଞ୍ଚସଖାଙ୍କ ସମ୍ମାନାର୍ଥେ ସରକାର ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛନ୍ତି। ବକୁଳବନ ନିକଟରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଏକ ଐତିହାସିକ ନିଷ୍ପତ୍ତି। ପଞ୍ଚସଖାଙ୍କ ଆଦର୍ଶର ପ୍ରଚାର ଓ ପ୍ରସାର ଦିଗରେ ଏହା ବିଶେଷ ସହାୟକ ହେବ। ବିଶ୍ୱବିଦ୍ୟାଳୟ ପାଇଁ ସରକାର ୨୫ ଏକର ଜମି ଯୋଗାଇ ଦେଇଛନ୍ତି।
ଏକ ମହଲା ବିଶିଷ୍ଟ କୋଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବ। ଉପାଧ୍ୟୁତ୍ତର ଶିକ୍ଷାଠାରୁ ଆରମ୍ଭ କରି ଏମଫିଲ ଓ ପିଏଚଡ଼ି ପର୍ଯ୍ୟନ୍ତ ଓଡ଼ିଆ ଭାଷାରେ ଉଚ୍ଚତର ଶିକ୍ଷା ଓ ଗବେଷଣା ଦିଗରେ ଏହି ବିଶ୍ୱବିଦ୍ୟାଳୟ କାର୍ଯ୍ୟ କରିବ।
ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅନନ୍ତ ଦାସ, ମହେଶ୍ୱର ମହାନ୍ତି, ପ୍ରଦୀପ ମହାରଥୀ ଓ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ରହିବେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories