www.samajalive.in
Saturday, December 6, 2025
26.1 C
Bhubaneswar

ଆକାଶମାର୍ଗରୁ ’ଅମ୍ପନ’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ: ବିଜୁଳି ସଂଯୋଗ, ରାସ୍ତା ମରାମତି ନିର୍ଦେଶ

ଭୁବନେଶ୍ବର:  ସାମୁଦ୍ରିକ ଝଡ଼ ‘ଅମ୍ପନ’ ଓଡ଼ିଶାରେ ଛାଡ଼ି ଯାଇଛି କ୍ଷତ । ଅମ୍ପନ ପ୍ରଭାବରେ ରାଜ୍ୟର ୪ଟି ଜିଲା ବିଶେଷ ପ୍ରଭାବିତ ହୋଇଛି । ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଆକାଶମାର୍ଗରୁ ପ୍ରଭାବିତ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବର ଜିଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି । ପ୍ରଭାବିତ ଅଞ୍ଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀଙ୍କ ସହ ପୁନରୁଦ୍ଧାର ଓ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିଛନ୍ତି ।

- Advertisement -

ବିିଭିନ୍ନ ଅଞ୍ଚଳରେ ବାତ୍ୟା ଯୋଗୁ ଫସଲ କ୍ଷତିକୁ ଅତି ଗୁରୁତ୍ବର ସହ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଆସନ୍ତା ୩ ଦିନ ମଧ୍ୟରେ ଫସଲ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବାକୁ ସେ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି । ସେହିପରି ପ୍ରଭାବିତ ଜିଲାଗୁଡ଼ିକରେ ଭିତ୍ତିଭୂମି କ୍ଷତିର ଆକଳନ କରିବା ଏବଂ ଏହାକୁ ତୁରନ୍ତ ମରାମତି କରି ସ୍ବାଭାବିକ ଅବସ୍ଥା ଫେରାଇ ଆଣିବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି । ରାସ୍ତାରୁ ଉପୁଡ଼ି ପଡ଼ିଥିବା ଗଛ ସଫା କରିବା ସହ ଆସନ୍ତାକାଲି ସୁଦ୍ଧା ଗମନାଗମନ ସ୍ବାଭାବିକ କରିବାକୁ ସେ ନିର୍ଦେଶ ଦେଇଛନ୍ତି ।

ଅନ୍ୟପକ୍ଷରେ ସେସୁ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓ ନେସ୍କୋ ଅଞ୍ଚଳରେ ୭୨ ଘଣ୍ଟା ମଧ୍ୟରେ ବିଦ୍ୟୁତ୍ ସେବାକୁ ସ୍ବାଭାବିକ କରିବାକୁ ଶକ୍ତି ବିଭାଗ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି । ସେହିପରି ଘର ଭଙ୍ଗା ରିପୋର୍ଟ ୧ ସପ୍ତାହ ମଧ୍ୟରେ ସରକାରଙ୍କ ନିକଟରେ ଦାଖଲ ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ କିଛି ବରିଷ୍ଠ ଅଧିକାରୀ ଏହି ପରିଦର୍ଶନ ସମୟରେ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ ଯେ ଅମ୍ପାନ ପ୍ରଭାବରେ ଓଡ଼ିଶାର ୮୯ଟି ବ୍ଳକର ୪୪ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories