www.samajalive.in
Saturday, December 6, 2025
16.1 C
Bhubaneswar

ଓଡିଆ ଛାତ୍ରଛାତ୍ରୀଙ୍କ ସୁରକ୍ଷା ପ୍ରସଙ୍ଗ ; ଶାହାଙ୍କ କଥା ହେଲେ ନବୀନ

ଭୁବନେଶ୍ୱର : ଆରମ୍ଭ ହୋଇ ସାରିଛି ରୁଷ-ୟୁକ୍ରେନ ମଧ୍ୟରେ ଯୁଦ୍ଧ। ଅନେକ ଭାରତୀୟ ତଥା ଓଡିଆମାନେ ଭାରତ ଫେରିଥିବା ବେଳେ ଆହୁରି ମଧ୍ୟ ୟୁକ୍ରେନରେ ଫସି ରହିଛନ୍ତି। ଏହା ମଧ୍ୟରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‍ ଶାହାଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି। ୟୁକ୍ରେନରେ ଫସିଥିବା ଓଡିଆ ଛାତ୍ରଛାତ୍ରୀଙ୍କ ସୁରକ୍ଷା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଗୃହମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି। ଫସିଥିବା ଓଡିଆ ଛାତ୍ରଛାତ୍ରୀ,ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର ନେଇ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ୟୁକ୍ରେନ ସରକାରଙ୍କ ସହ ଯୋଗାଯୋଗରେ ଥିବା ସହ ଶୀଘ୍ର ୟୁକ୍ରେନରୁ ଛାତ୍ରଛାତ୍ରୀ ଏବଂ ଶ୍ରମିକମାନଙ୍କୁ ଫେରାଇ ଆଣିବା ପାଇଁ ପ୍ରସ୍ତୁତି ଜାରି ରହିଛି ବୋଲି  ଗୃହମନ୍ତ୍ରୀ ଅମିତ୍‍ ଶାହା ମୁଖ୍ୟମନ୍ତ୍ରୀଙ୍କୁ କହିଛନ୍ତି।

 

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories