www.samajalive.in
Saturday, December 6, 2025
23.1 C
Bhubaneswar

କରୋନା ପରିଚାଳନା ପାଇଁ ୩ ଜିଲାକୁ ୭.୬୨ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କରୋନା ପରିଚାଳନା ପାଇଁ ୩ ଜିଲାକୁ ୭.୬୨ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମଞ୍ଜୁର କରିଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାର ସୁପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ରାଶି ମଞ୍ଜୁର କରିଛନ୍ତି। ୩ ଜିଲା ମଧ୍ୟରେ ପୁରୀ ପାଇଁ ୨ କୋଟି, ସୁବର୍ଣ୍ଣପୁର ପାଇଁ ୧ କୋଟି , ସମ୍ବଲପୁର ପାଇଁ ୪ କୋଟି ୬୨ ଲକ୍ଷ ଟଙ୍କା ଘୋଷଣା କରିଛନ୍ତି।
ରାଜ୍ୟରେ ଦୈନିକ ସଂକ୍ରମଣ ୧୦ ହଜାର ଅତିକ୍ରମ କରି ଚାଲିଥିବା ବେଳେ ମେଡିକାଲରେ ଆବଶ୍ୟକୀୟ ଶଯ୍ୟା ଓ ମୌଳିକ ସୁବିଧାର ମଧ୍ୟ ଆବଶ୍ୟକତା ରହିଛି। କରୋନା ପରିଚାଳନାରେ କୌଣସି ତ୍ରୁଟି ପରିଲକ୍ଷିତ ନହୁଏ ସେଥିପ୍ରତି ମୁଖ୍ୟମନ୍ତ୍ରୀ ଦୃଷ୍ଟି ଆକର୍ଷଣ କରିଛନ୍ତି ।
ସେହିଭଳି ପୁରୀ ପାଇଁ ପୂର୍ବରୁ ୧୪ କୋଟି ୫୯ ଲକ୍ଷ ୭୪ ହଜାର ୪୦୮ ଟଙ୍କା ଘୋଷଣା କରାଯିବା ସହ ଏବେ ୨ କୋଟିକୁ ମିଶାଇ ମୋଟ ୧୬ କୋଟି ୫୯ ଲକ୍ଷ ୭୪ ହଜାର ୪୦୮କୁ ବୃଦ୍ଧି ପାଇଛି।
ଅନ୍ୟପକ୍ଷରେ ପୂର୍ବରୁ ସୁବର୍ଣ୍ଣପୁରକୁ ଅଢେଇ କୋଟି ଟଙ୍କା ଘୋଷଣା କରାଯାଇଥିବା ବେଳେ ଏବେ ଏହା ସାଢେ ୩ କୋଟିକୁ ବୃଦ୍ଧି ପାଇଛି।
ସମ୍ବଲପୁର ପାଇଁ ଆଜି ହୋଇଥିବା ୪ କୋଟି ୬୨ ଲକ୍ଷ ଟଙ୍କାକୁ ମିଶାଇ ମୋଟ ୧୬ କୋଟି ୧୨ ଲକ୍ଷ ୮୦ ହଜାର ୬୯୨କୁ ବୃଦ୍ଧି ପାଇଛି।
ଅନ୍ୟପକ୍ଷରେ କିଛି ଦିନ ତଳେ ସିଏମସିକୁ ୧୦ କୋଟି ଏବଂ ବିଏମସିକୁ ୧୦ କୋଟି ଟଙ୍କା ଘୋଷଣା କରିଛନ୍ତି।

 

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories