ଭୁବନେଶ୍ବର : କୁଆଖାଇରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆର୍ଥିକ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବାଲିଅନ୍ତା ଥାନା ରଙ୍ଗବଜାରରେ ଟ୍ୟୁସନ ସାର୍ଙ୍କ ସହ ସରସ୍ୱତୀ ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବାବେଳେ ୨ ଛାତ୍ର ପାଣିରେ ବୁଡିଯିବାରୁ ତାଙ୍କର ମୃତ୍ୟୁ ହୋଇଥିଲା ।
ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବ୍ଲକ ଅନ୍ତର୍ଗତ ରଙ୍ଗବଜାର ନିକଟ କୁଆଖାଇରେ ସରସ୍ୱତୀ ମୂର୍ତ୍ତି ବିସର୍ଜନ ବେଳେ ଦୁଇ ଛାତ୍ରଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ମୃତକଙ୍କ ପରିବାର ନିମନ୍ତେ ରାଜ୍ୟ…
— CMO Odisha (@CMO_Odisha) February 5, 2025



