www.samajalive.in
Saturday, December 6, 2025
26.1 C
Bhubaneswar

ଘଟଗାଁ ସଡକ ଦୁର୍ଘଟଣା ; ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଘଟଗାଁ ଥାନା ୨୦ ନମ୍ବର ଜାତୀୟ ରାଜପଥର ବାଲିଯୋଡି ନିକଟ ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ସହ ୧୨ ଆହତ ହୋଇଥିବା ମର୍ମନ୍ତୁଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଗଭୀର ଶୋକ ପ୍ରକାଶ କରିଛନ୍ତି। ୧ ଡିସେମ୍ବର ୨୦୨୩ ଘଟଗାଁ ନିକଟରେ ସଡକ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ଆହତ ୧୨ ଜଣଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।ମୃତାହତ ସମସ୍ତ ବ୍ୟକ୍ତି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଂଚଳର ବୋଲି ଜଣାପଡିଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories