www.samajalive.in
Saturday, December 6, 2025
16.1 C
Bhubaneswar

୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ୱର :  ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଗୁଣାତ୍ମକ ଶିକ୍ଷା କାର୍ଯ୍ୟକ୍ରମ ର ସଫଳତା ରେ ସହଯୋଗ ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ ।
ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କମ୍ କରାଯାଇଛି। ଏହାଦ୍ବାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ।
ତା ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ। ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ବାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।
ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ବାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ । ଏହାସହିତ ଲେଭେଲ IVରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-୩ କୁ ପଦୋନ୍ନତି ପାଇବେ । ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକ ମାନଙ୍କ ପାଇଁ ରେସିଡେସନ୍‌ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି ।
ସୂଚନାଯୋଗ୍ୟ ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତା ରେ ସମସ୍ତ ଙ୍କ ସହଯୋଗ କାମନା କରିଛନ୍ତି ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories