www.samajalive.in
Saturday, December 6, 2025
26.1 C
Bhubaneswar

ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବଡ ଆଶ୍ୱସ୍ତି । ଦିଲ୍ଲୀ ରାଉଜ ଆଭେନ୍ୟୁ କୋର୍ଟରୁ କେଜ୍ରିୱାଲଙ୍କୁ ଜାମିନ ମିଳିଛି । ୧୫ହଜାର ଟଙ୍କା ମୁଚାଲିକାରେ ଜାମିନ ମଞ୍ଜୁର କରିଛନ୍ତି କୋର୍ଟ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ହାଜର ହେବାକୁ ପୂର୍ବରୁ କେଜ୍ରିୱାଲଙ୍କୁ ବାରମ୍ବାର ସମନ କରିଥିଲା ଇଡି । ବାରମ୍ବାର ସମନ ସତ୍ୱେ ହାଜର ହୋଇନଥିଲେ, ଏହି ମାମଲାରେ ଜାମିନ ପ୍ରଦାନ କରିଛନ୍ତି କୋର୍ଟ । ବର୍ତ୍ତମାନ ସୁଦ୍ଧା କେଜ୍ରିୱାଲଙ୍କୁ ୮ଥର ସମନ କରିଛି ଇଡି । ଗିରଫ ହେବା ଭୟ ଏବଂ ଇଡିକୁ ଚ୍ୟାଲେଞ୍ଜ କରିବା ସହ ଜାମିନ ଆବେଦନ କରିଥିଲେ ଅରବିନ୍ଦ କେଜ୍ରିୱାଲ । ଯାହାକୁ କୋର୍ଟ ମଞ୍ଜୁରୀ ଦେଇଛନ୍ତି । ଏହି ମାମଲାରେ ପରବର୍ତ୍ତୀ ଶୁଣାଣି ଏପ୍ରିଲ ୧ରେ ହେବ ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories