www.samajalive.in
Thursday, November 13, 2025
25.1 C
Bhubaneswar

ପୀଡିତାଙ୍କୁ ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ

  • ଦୋଷୀଙ୍କୁ କଠୋର ଦଣ୍ଡବିଧାନ କରାଯିବ

ସମାଜ ଡିଜିଟାଲ: ଚିନ୍ତା କରନାହିଁ, ଓଡ଼ିଶା ସରକାର ସମ୍ପୂର୍ଣ୍ଣ ଭାବେ ତୁମ ସହିତ ଅଛନ୍ତି। ସବୁ ଦୋଷୀଙ୍କୁ କଠୋର ଦଣ୍ଡ ମିଳିବ। ଏଥିପାଇଁ ଓଡ଼ିଶା ସରକାର ପାରୁ ପର୍ଯ୍ୟନ୍ତ ଉଦ୍ୟମ କରିବେ। ସୋମବାର ସଂଧ୍ୟାରେ ଦୁର୍ଗାପୁରରେ ଚିକିତ୍ସାଧୀନ ଗଣବଳାତ୍କାର ପୀଡିତାଙ୍କ ସହ ଫୋନ୍‌ରେ କଥା ହୋଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ସମୟରେ ଶ୍ରୀ ମାଝୀ ପୀଡିତାଙ୍କ ପିତା, ମାତାଙ୍କ ସହ ମଧ୍ୟ କଥା ହୋଇ ସହଯୋଗର ନିର୍ଭର ପ୍ରତିଶ୍ରୁତି ଦେଇଥ‌ିଲେ।
ମୁଖ୍ୟମନ୍ତ୍ରୀ ସେମାନଙ୍କୁ କହିଥିଲେ ଯେ ଝିଅ ଯେପରି ଶୀଘ୍ର ସୁସ୍ଥ ହେବ ଏବଂ ସ୍ବାଭାବିକ ଜୀବନ ଯାପନ କରି ଶିକ୍ଷା କ୍ଷେତ୍ରରେ ଆଗକୁ ବଢିବ, ସେଥିପାଇଁ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ଏଥିପାଇଁ ନିୟମ ଅନୁଯାୟୀ ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ଏହି ସମୟରେ ସେଠାରେ ଉପସ୍ଥିତ ମହିଳା ଆୟୋଗ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହ ଫୋନ୍‌ରେ କଥା ହୋଇ, ପଶ୍ଚିମବଙ୍ଗ ସରକାରଙ୍କ ସହିତ ଯୋଗାଯୋଗ ରକ୍ଷା କରିବା କରି ଝିଅକୁ ତୁରନ୍ତ ନ୍ୟାୟ ପ୍ରଦାନ ପାଇଁ ଉଦ୍ୟମ କରିବାକୁ ପରାମର୍ଶ ଦେବା ସହିତ, ଚାପ ସୃଷ୍ଟି କରିବା ପାଇଁ ସବୁ ଫୋରମ୍ ର ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories