www.samajalive.in
Sunday, December 14, 2025
26.1 C
Bhubaneswar

ଲକ୍ଷ୍ମୀପୁର ସାଙ୍ଗାନ୍ନା ଉଚ୍ଚବିଦ୍ୟାଳୟ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ସମ୍ମାନ

ଲକ୍ଷ୍ମୀପୁର : କୋରାପୁଟ ଜିଲା ଲକ୍ଷ୍ମୀପୁର ସ୍ଥିତ ସାଙ୍ଗାନ୍ନା ଉଚ୍ଚ ବିଦ୍ୟାଳୟର ଇଂରାଜୀ ଶିକ୍ଷକ ସପନ କୁମାର ଦିକ୍ଷୀତଙ୍କୁ ମିଳିଛି ରାଜ୍ୟ ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର । ଶ୍ରୀ ଦୀକ୍ଷିତଙ୍କ ଉଚ୍ଚ କୋଟିର ଇଂରାଜୀ ଶିକ୍ଷାଦାନ ପାଇଁ ତାଙ୍କୁ ଗତ ଜାନୁଆରୀ ୩୧ ତାରିଖରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ମୁଖ୍ୟମନ୍ତ୍ରୀ ଶିକ୍ଷା ସମ୍ମାନ ଉତ୍ସଵରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ମାନପତ୍ର, ଉପଢୌକନ ଓ  ଆର୍ଥିକ ପୁରସ୍କାର ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଛି ।  ସେ ଲକ୍ଷ୍ମୀପୁର ଫେରିବା ପରେ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଗୋପାଳ ମଣ୍ଡଳ, ବିଜ୍ଞାନ ଶିକ୍ଷକ ଗୋଲକ ଚନ୍ଦ୍ର ଲେଙ୍କା ଓ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ କର୍ମଚାରୀ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ। ଗୋଷ୍ଠୀ ଶିକ୍ଷାଧିକାରୀ କୈଳାଶ ଚନ୍ଦ୍ର ବେହେରା ତାଙ୍କୁ ଅଭିନନ୍ଦନ ଜଣାଇଥିବାବେଳେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ, ଅଭିଭାବକ ମହଲରେ ଏନେଇ ଖୁସିର ଲହରୀ ଖେଳିଯାଇଛି।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories