www.samajalive.in
Sunday, December 7, 2025
15.1 C
Bhubaneswar

ଜୀବନ ସହିତ ଜୀବିକାକୁ ଗୁରୁତ୍ବ ଦିଆଯାଇ ବିକାଶ ତ୍ବରାନ୍ବିତ କରାଯିବ :ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଜଗତସିଂହପୁର ବିଲୁଆଖାଇ ସେତୁ ଉଦ୍‌ଘାଟିତ

ଜିଲ୍ଲାରେ ନୂଆ ମାତୃ ଓ ଶିଶୁ ଚିକିତ୍ସାଳୟ ଏବଂ ଆଇସିୟୁ  ଶିଳାନ୍ୟାସ

ଭୁବନେଶ୍ବର: କୋଭିଡ ଯୁଦ୍ଧରେ ଜୀବନ ପାଇଁ ଚାଲିଥିବା ଲଢେଇ ସହିତ ଲୋକଙ୍କ ଜୀବିକା ମଧ୍ୟ ଗୁରୁତ୍ବପୂର୍ଣ୍ଣ । ତେଣୁ ରାଜ୍ୟରେ ସବୁ କ୍ଷେତ୍ରରେ ବିକାଶ ପ୍ରକ୍ରିୟାକୁ ଜୋରଦାର କରାଯିବ। ସଡକ, ସେତୁ, କୃଷି, ଶିକ୍ଷା, ସ୍ବାସ୍ଥ୍ୟ ସବୁ କ୍ଷେତ୍ରରେ ଉନ୍ନୟନ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରାଯାଇ ଲୋକଙ୍କ ପାଇଁ ଜୀବିକା ସୃଷ୍ଟି କରାଯିବ। ଆଜି ଜଗତସିଂହପୁରର ବିଲୁଆଖାଇ ନଦୀ ଉପରେ ଏକ ବୃହତ ସେତୁର ଉଦ୍‌ଘାଟନ ଏବଂ ଜିଲ୍ଲାରେ ଏକ ମାତୃ ଓ ଶିଶୁ ଚିକିତ୍ସାଳୟ ପାଇଁ ଶିଳାନ୍ୟାସ କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  କରିଛନ୍ତି।

- Advertisement -

 ଜଗତସିଂହପୁରର ଶଂଖାରୀ ସାହି ନିକଟରେ ବିଲୁଆଖାଇ ନଦୀ ଉପରେ ୬୧.୪୨ କୋଟି ଟଙ୍କା ବ୍ୟୟରେ ଏକ ବୃହତ ସେତୁ ନିର୍ମାଣ କରାଯାଇଛି । ୨୦୧୬ ଅକ୍ଟୋବରରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା । ଏହି ସେତୁ ଜଗତସିଂହପୁର ଜିଲ୍ଲା ମୁଖ୍ୟାଳୟକୁ କଟକ ବାଇଶମୌଜା ସହିତ ସିଧାସଳଖ ଯୋଡିବା ସହିତ ଜଗତସିଂହପୁରରୁ ଭୁବନେଶ୍ବରର ଦୂରତ୍ବ ବହୁତ ପରିମାଣରେ କମିଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ସେତୁ ଜଗତସିଂହପୁର ଜିଲ୍ଲାରେ ବିକାଶର ଧାରାକୁ ତ୍ବରାନ୍ବିତ କରିବାରେ ସହାୟକ ହେବ। ସେହିପରି ଶିଳାନ୍ୟାସ କରାଯାଇଥିବା ୧୦୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ଚିକିତ୍ସାଳୟରେ ପାଇଁ ୧୬.୨୮ କୋଟି ଟଙ୍କା ବିନିଯୋଗ କରାଯିବ। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ରୋଗୀଙ୍କ ଚିକିତ୍ସା ପାଇଁ ନିର୍ମାଣ ହେବାକୁ ଥିବା ICUରେ ୧୦ଟି ଶଯ୍ୟା ରହିବ । ଏଥିପାଇଁ ୨.୨୯ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଜିଲ୍ଲାର ମା ଓ ଶିଶୁ ମାନଙ୍କ ଚିକିତ୍ସା କ୍ଷେତ୍ରରେ ଏହା ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଜଗତସିଂହପୁର ଜିଲ୍ଲା ରାଜ୍ୟର ଏକ ଆଗୁଆ ଜିଲ୍ଲା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଉଭୟ କୃଷି ଓ ଶିଳ୍ପ କ୍ଷେତ୍ରରେ ଏହାର ସୁନାମ ରହିଛି। ବିଜୁବାବୁ ଏଠାରେ ପାରାଦୀପ ବନ୍ଦର ନିର୍ମାଣ କରି ବିକାଶ ଧାରା ଆରମ୍ଭ କରିଥିଲେ । ଆଜିର ଏହି ଦୁଇଟି ପ୍ରକଳ୍ପ ଜଗତସିଂହପୁରର ବିକାଶ କ୍ଷେତ୍ରରେ ଏକ ନୂଆ ଧାରା ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ସ୍ବାସ୍ଥ୍ୟ କ୍ଷେତ୍ରକୁ ସେ ସବୁବେଳେ ପ୍ରାଥମିକତା ଦେଇ ଆସିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୭୦ ଲକ୍ଷରୁ ଅଧିକ ପରିବାରକୁ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି। ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ଦୃଢ କରାଯାଉଛି। ଓଡିଶା ଖୁବ ଶୀଘ୍ର ପୂର୍ବ ଭାରତର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ଭାବରେ ପ୍ରତିଷ୍ଠା ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
କୋଭିଡ ଯୁଦ୍ଧରେ ଓଡିଶା ବହୁତ ଭଲ ପ୍ରଦର୍ଶନ କରୁଛି ଏବଂ ଜଗତସିଂହପୁର ଜିଲ୍ଲା ମଧ୍ୟ ଏ କ୍ଷେତ୍ରରେ ଭଲ କାମ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଜନସାଧାରଣଙ୍କ ସହଯୋଗ ଓ କରୋନା ଯୋଦ୍ଧାଙ୍କ ତ୍ୟାଗ ଯୋଗୁ ଏ ଯୁଦ୍ଧରେ ଓଡିଶା ନିଶ୍ଚିତ ବିଜୟ ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ । ଜିଲ୍ଲାର ସମସ୍ତ କୋଭିଡ ଯୋଦ୍ଧା, ନିର୍ବାଚିତ ପ୍ରତିନିଧି, ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ ।
ଇସ୍ପାତ, ଖଣି ଓ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ କହିଥିଲେ ଯେ ଏହି ଦୁଇଟି ପ୍ରକଳ୍ପ ଦ୍ବାରା ଜଗତସିଂହପୁର ଜିଲ୍ଲାରେ ବିକାଶ ପ୍ରକ୍ରିୟା ଆହୁରି ମଜବୁତ ହେବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ  ନବ ଦାସ କହିଥିଲେ ଯେ ଓଡିଶାରେ ମା ଓ ଶିଶୁମାନଙ୍କ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ମାତୃ ଓ ଶିଶୁ ମୃତ୍ୟୁ ହାର ମଧ୍ୟ ଅନେକ ପରିମାଣରେ ହ୍ରାସ ପାଇଛି। ଜଳସଂପଦ ତଥା ସୂଚନା ଓ ଲୋକସଂପର୍କ ମନ୍ତ୍ରୀ  ରଘୁନନ୍ଦନ ଦାସ କହିଥିଲେ ଯେ ଏହି ଦୁଇଟି ପ୍ରକଳ୍ପ ଦ୍ବାରା ଜଗତସିଂହପୁର ବିକାଶ ଇତିହାସରେ ଆଉ ଏକ ନୂଆ ଫର୍ଦ୍ଦ ଯୋଡି ହୋଇଛି।
ଅନ୍ୟ ମାନଙ୍କ ମଧ୍ୟରେ ଜଗତସିଂହପୁର ସାଂସଦ  ରାଜଶ୍ରୀ ମଲ୍ଲିକ, ଜଗତସିଂହପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ  ପ୍ରଶାନ୍ତ କୁମାର ମୁଦୁଲି ସେମାନଙ୍କର ବ୍ୟକ୍ତବ୍ୟ ରଖିଥିଲେ। ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଅତିରିକ୍ତ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପୂର୍ତ୍ତ ବିଭାଗ ସଚିବ ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories