www.samajalive.in
Saturday, December 13, 2025
23.1 C
Bhubaneswar

ଶିଶୁ ସଦନରେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳିତ

ଚୌଦ୍ୱାର : ଚୌଦ୍ୱାର-କଟକ ବିଜୁ ଜନତାଦଳ ତରଫରୁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ସ୍ଥାନୀୟ ଶିଶୁ ସଦନରେ ପାଳିତ ହୋଇ ଯାଇଛି । ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ନିରାଡ଼ମ୍ବର ସହକାରେ ଆୟୋଜିତ ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ଶିଶୁ ସଦନର ପିଲାମାନେ ସମୁହ ବେଦ ଅବୃତ୍ତି ଓ ସର୍ବଧର୍ମ ପ୍ରାର୍ଥନା କରି ମଖ୍ୟମନ୍ତ୍ରୀଙ୍କ ଦୀର୍ଘ ନିରାମୟ ଜୀବନ କାମନା କରିଥିଲେ । ସଂଗଠନର ମୁଖ୍ୟ ତଥା ହିନ୍ଦ୍ ସେବକ ସଂଘର ରାଷ୍ଟ୍ରୀୟ ଅଧ୍ୟକ୍ଷ ଦାମୋଦର ସାହୁ ଏବଂ ଶ୍ରୀ ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କ ଜୀବନାଦର୍ଶ ସମ୍ପର୍କରେ ଆଲୋଚନା କରି ଓଡ଼ିଶାର ବିକାଶ ଦିଗରେ ତାଙ୍କର ନିଷ୍ଠାପର କାର୍ଯ୍ୟଶୈଳୀ ରାଜ୍ୟକୁ ବିକାଶର ଶୀର୍ଷରେ ପହଞ୍ଚାଇବ ବୋଲି ମତବ୍ୟକ୍ତ କରି ତାଙ୍କର ଦୀର୍ଘ ନିରାମୟ ଜୀବନ କାମନା କରିଥିଲେ। ଜିଲା ବିଜେଡ଼ି ସମ୍ପାଦକ ଶୁଭେନ୍ଦୁ ସାମଲ, ପୂର୍ବତନ କାଉନସିଲର କରୁଣାକର ସାହୁ, ଚୌଦ୍ୱାର ବିଜେଡ଼ି ସଭାପତି ବିଷ୍ଣୁ ଚରଣ ପରିଡ଼ା, ପୂର୍ବତନ କାଉନସିଲର ଦିଲ୍ଲିପ କୁମାର ସାହୁ, ମନୋଜ ମହାନ୍ତି, ପୂର୍ବତନ ଉପ ନଗରପାଳ ଅଜୟ କୁମାର ବେହେରା,ନାରୀ ନେତ୍ରୀ କଳ୍ପନା ଜେନା, ବିମଳ କୁମାର ବେଉରା, ପ୍ରକାଶ ନାୟକ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘ ଜୀବନ କାମନା କରିଥିଲେ। ଚୌଦ୍ୱାର ଯୁବ ବିଜେଡ଼ି ସଭାପତି ଅର୍ଜୁନ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଶିଶୁ ସଦନର ପିଲା ମାନଙ୍କୁ ମିଷ୍ଟାନ୍ନ ବଷ୍ଟନ କରାଯାଇଥିଲା ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories