www.samajalive.in
Sunday, December 7, 2025
26.1 C
Bhubaneswar

ସୁବର୍ଣ୍ଣପୁର, ବୌଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର

ବୌଦ୍ଧ/ସୁବର୍ଣ୍ଣପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସୁବର୍ଣ୍ଣପୁର ଏବଂ ବୌଦ୍ଧ ଜିଲାରେ ମାରାଥନ ପ୍ରଚାର କରିଛନ୍ତି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ନିର୍ବାଚନମଣ୍ଡଳୀର ଜାଓଲେ ଏବଂ ସୋନପୁର ନିର୍ବାଚନମଣ୍ଡଳୀର ସିଆଳିଠାରେ ଆୟୋଜିତ ବିଜେଡିର ପୃଥକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଦଳୀୟ କର୍ମୀ ଏବଂ ଜନସାଧାରଣଙ୍କୁ ଉଦବୋଧନ ଦେଇଥିଲେ। ଏହି ଅବସରରେ ସେ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରି ବର୍ଷିଥିଲେ। ବନ୍ୟା, ବାତ୍ୟା ସମୟରେ କେନ୍ଦ୍ରୀୟ ନେତାମାନଙ୍କର ଦେଖା ନ ଥିବାବେଳେ ଏବେ ନିର୍ବାଚନ ପାଇଁ ଭୋଟ ମାଗିବାକୁ ଚାଲିଆସୁଛନ୍ତି ବୋଲି ନବୀନ କହିଥିଲେ।

ସେହିପରି ବୌଦ୍ଧ ଜିଲାର ପୁରୁଣା କଟକଠାରେ ଆୟୋଜିତ ବିଜେଡିର ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଅନୁରୂପ ଭାବେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଥିଲେ। ରାଜ୍ୟ ସରକାର ରାଜ୍ୟବାସୀଙ୍କ ପାଇଁ କରିଥିବା ବିଭିନ୍ନ ଯୋଜନା ସମ୍ପର୍କରେ କହିବା ସହ ସବୁବେଳେ ଓଡ଼ିଶାବାସୀଙ୍କ ସହ ରହିଛନ୍ତି ବୋଲି କହିଥିଲେ।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories