www.samajalive.in
Sunday, December 14, 2025
26.1 C
Bhubaneswar

ଆଜି ୩ ଜିଲ୍ଲାରେ ପ୍ରଚାର କରିବେ ନବୀନ

ଭୁବନେଶ୍ଵର: ଆଜି ୩ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦୁଝର, ଭଦ୍ରକ ଓ ସମ୍ବଲପୁରରେ ପ୍ରଚାର କରିବେ ନବୀନ। ପୂର୍ବାହ୍ନ ୧୧ଟା ସମୟରେ ଶ୍ରୀ ପଟ୍ଟନାୟକ ପ୍ରଥମେ କେନ୍ଦୁଝର ନିର୍ବାଚନମଣ୍ଡଳୀର ସିଲିସୁଆଁଠାରେ ହେବାକୁ ଥିବା ନିର୍ବାଚନୀ ସଭାରେ ଯୋଗଦେବେ। ଏଠାରେ ବିଧାୟକ ପ୍ରାର୍ଥୀ ମୀନା ମାଝୀ ଓ ସାଂସଦ ପ୍ରାର୍ଥୀ ଧନୁର୍ଜୟ ସିଦୁଙ୍କ ପାଇଁ ଭୋଟ ମାଗିବେ। ଏହାପରେ ଆନନ୍ଦପୁରରେ ମଧ୍ୟ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ପରେ ଭଦ୍ରକ ଯାଇ ଭଣ୍ଡାରୀପୋଖରୀରେ ଜନସଭା କରିବେ ବିଜେଡି ସୁପ୍ରିମୋ । ସେଠାରୁ ମୁଖ୍ୟମନ୍ତ୍ରୀ ଅପରାହ୍ନ ୩ଟା ସୁଦ୍ଧା ନବୀନ ନିବାସ ଫେରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସମ୍ବଲପୁର ଯିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ରେଙ୍ଗାଲି ଯାଇ ମୁଖ୍ୟମନ୍ତ୍ରୀ ଜନସଭାକୁ ସମ୍ବୋଧନ କରିବାର ସୂଚନା ରହିଛି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories