www.samajalive.in
Friday, December 5, 2025
23.1 C
Bhubaneswar

କଟକରେ ବାଲକୋନୀ ଭୁଷୁଡ଼ି ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ୪ ଲକ୍ଷର ସହାୟତା ଘୋଷଣା

ସମାଜ ନ୍ୟୁଜ ଡେସ୍କ- କଟକ ମଣିସାହୁ ଛକରେ ବାଲକୋନୀ ଭୁଷୁଡି ତିନି ଜଣଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୃତକ ଅବଦୁଲ ମୁଜାହିଦ, ଅବଦୁଲ ଜାହିଦ ଓ ଅବଦୁଲ ଜଲିଲଙ୍କ ପରିବାରକୁ ସମବେଦନା ଜଣାଇବା ସହ ପ୍ରତି ପରିବାରକୁ ସିଏମ ରିଲିଫ ପାଣ୍ଠିରୁ ଚାରି ଲକ୍ଷର ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ନିଜ X ପେଜ୍ ରେ ସମବେଦନା ଜଣାଇବା ସହ ଆହତଙ୍କ ଉତ୍ତମ ଚିକିତ୍ସା ସରକାର ଯୋଗାଇ ଦେଇଛନ୍ତି ବୋଲି ମଧ୍ୟ ସୂଚନା ଦେଇଛନ୍ତି ।

ଶନିବାର ସଂଧ୍ୟାରେ ଏକ ଆଜବେଷ୍ଟସ ଘର ଉପରେ କୋଠା ଘରର ଏକ ବାଲକୋନୀ ଭୁଷୁଡି ପଡିବାରୁ ଚାପି ହୋଇଯାଇଥିଲେ କିଛି ଲୋକେ । ତୁରନ୍ତ ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ସୁଦ୍ଧା ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories