www.samajalive.in
Wednesday, December 10, 2025
18.1 C
Bhubaneswar

ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବ​ନେଶ୍ବର : ଟୋକିଓ​‌ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଶାର ପ୍ରତିଭା ପ୍ରମୋଦ ଭଗତଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଏକ ଟ୍ବିଟ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ‘ପାରା ଅଲିମ୍ପିକ୍ସରେ ଦେଶ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଶାର ପ୍ରତିଭା ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା। ତୁମ ସଫଳତା ସାରା ଦେଶକୁ ଗୌରବାନ୍ବିତ କରିଛି। ଆଗାମୀ ଦିନରେ ତୁମର ଆହୁରି ଉଜ୍ଜ୍ଵଳ ଭବିଷ୍ୟତ କାମନା କରୁଛି।

ଦେଶ ପାଇଁ ଏହା ଏକ ସ୍ବର୍ଣ୍ଣିମ ମୁହୂର୍ତ୍ତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶାର ଏହି ପ୍ରତିଭାବାନ ଖେଳାଳୀ ପ୍ରମୋଦ ଭଗତଙ୍କ ନିକଟକୁ ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି।

- Advertisement -

ଶ୍ରମ ଓ ନିୟୋଜନ ମନ୍ତ୍ରୀ ସୁଶାନ୍ତ ସିଂହ ଏହି ସଫଳତା ପାଇଁ  ପ୍ରମୋଦଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ବରଗଡ଼ ଜିଲ୍ଲା ଅତାବିରା ମାଟିର ସୁଯୋଗ୍ୟ ସନ୍ତାନ ପ୍ରମୋଦ ଭଗତ ପାରା ଅଲିମ୍ପିକ୍ସର ବ୍ୟାଡମିଣ୍ଟନ ଫାଇନାଲ ଖେଳରେ ଗ୍ରେଟ ବ୍ରିଟେନର ଡାନିଏଲ ବେଥେଲଙ୍କୁ ହରାଇ ସ୍ୱର୍ଣ୍ଣ ପଦକ ହାସଲ କରି ଇତିହାସ ରଚିଛନ୍ତି। ଭାରତର ଗୌରବ ବୃଦ୍ଧି କରିଛନ୍ତି ।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories