www.samajalive.in
Monday, December 8, 2025
27.1 C
Bhubaneswar

ବାଣପୁର ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟଣା; ମୃତକଙ୍କ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୂଚନାଯୋଗ୍ୟ, ଗୁରୁବାର ଘଟିଥିବା ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ସାତଜଣଙ୍କ ସମେତ ଦଶ ଜଣ ଆହତ ହୋଇଛନ୍ତି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories