www.samajalive.in
Sunday, December 7, 2025
14.1 C
Bhubaneswar

୮ରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୮ତାରିଖରେ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଦିଲ୍ଲୀ ଗସ୍ତ କାଳରେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିବେ ବୋଲି ଜଣାପଡ଼ିଛି। ମେ ୨୯ରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ଶପଥ ନେବା ପରେ ଏହା ହେବ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଦିଲ୍ଲୀ ଗସ୍ତ । ଗସ୍ତକାଳରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଓଡ଼ିଶାର ଦୀର୍ଘଦିନର ଦାବି ଓଡ଼ିଶା ପାଇଁ ସ୍ବତନ୍ତ୍ର ପାହ୍ୟା ମାନ୍ୟତା ପ୍ରଦାନ ସଂକ୍ରାନ୍ତରେ ଦାବି ରଖିବା ସହିତ କୋଇଲା ରୟାଲଟିରେ ସଂଶୋଧନ ଆଣିବା ନିମନ୍ତେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହାଛଡ଼ା ରାଜ୍ୟ ସ୍ବାର୍ଥ ସମ୍ବଳିତ ଅନ୍ୟାନ୍ୟ ପ୍ରସଙ୍ଗ​‌ରେ ‌ମଧ୍ୟ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହେବ । ମୁଖ୍ୟମନ୍ତ୍ରୀ ତାଙ୍କ ଗସ୍ତ କାଳରେ ଓଡ଼ିଶାର ଅନ୍ୟାନ୍ୟପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିବାର ଯୋଜନା ରହିଛି ।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories