www.samajalive.in
Monday, December 8, 2025
27.1 C
Bhubaneswar

କଟକ ଜିଲାରେ ବିଏସକେୱାଇ ସ୍ମାର୍ଟକାର୍ଡ ବଣ୍ଟନ : ୧୫୬୭ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ କଟକରେ ଆୟୋଜିତ ଏକ ଉତ୍ସବରେ ଜିଲାବାସୀଙ୍କୁ ବିଏସକେୱାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଏଥିସହିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ)ରେ କଟକ ଜିଲା ସାମିଲ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବା ସହିତ କେତେକ ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି ଅବସରରେ କଟକ ବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୧୫୬୭ କୋଟି ଟଙ୍କାର ଅନେକ ପ୍ରକଳ୍ପ ଭେଟି ଦେଇଥିଲେ । ଉତ୍ସବରେ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ, କଟକ ବଡ ଡାକ୍ତରଖାନାକୁ ଏମ୍ସ ପ୍ଲସରେ ପରିଣତ କରିବାକୁ ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି । ଦେଶରେ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରର ଏସସିବି ଏକ ମାଇଲଖୁଣ୍ଟ ହେବ ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଶ୍ୱନାଥ ପଣ୍ଡିତ ପାଠାଗାରକୁ ଅନ୍ୟତ୍ର ସ୍ଥାନାନ୍ତରିତ କରାଯିବ ଏବଂ ତାହାର ଆଧୁନିକିକରଣ କରାଯିବ । କଟକ ଜିଲାରେ ବିକେଏସୱାଇ ସ୍ମାର୍ଟ କାର୍ଡ ଯୋଗାଣ ଦ୍ୱାରା ଦରିଦ୍ର ଲୋକଙ୍କର ଚିକିତ୍ସା ସମସ୍ୟା ଦୂରହୋଇପାରିବ । ଏହାଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ୩.୫ କୋଟି ଲୋକ ସ୍ୱାସ୍ଥ୍ୟସେବା ପାଇପାରିବେ । କଟକ ଜିଲାର ୧୮ ଲକ୍ଷ ଲୋକ ଏହାଦ୍ୱାରା ଉପକୃତ ହେବେ ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶେ।ର ଦାସ, ଆଇନ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିଧାୟକ ଦେବୀପ୍ରସାଦ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

Related Articles

Popular Categories