www.samajalive.in
Tuesday, December 9, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ୭୯୫୬୫ଟି ଆବେଦନ, ଯାଞ୍ଚ ପ୍ରକ୍ରିୟା ଆରମ୍ଭ

ଡେସ୍କ: ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଅଧୀନରେ ୧୪ଟି ବିଭାଗରେ ପୁରସ୍କାର ପାଇଁ ସାରା ରାଜ୍ୟରୁ ୭୯ ହଜାର ୫୬୫ ଜଣ ଆବେଦନ କରିଛନ୍ତି। ଆବେଦନ ପ୍ରକ୍ରିୟା ଶେଷ ହେବା ପରେ ଆବେଦନ ପତ୍ରର ଯାଞ୍ଚ ଆରମ୍ଭ ହୋଇଛି। ବିଭିନ୍ନ ସ୍ତରରେ ଯାଞ୍ଚ କରାଯାଇ ୧୪ଟି ବର୍ଗରେ ବିଭିନ୍ନ ସ୍ତରରେ ପୁରସ୍କାର ପାଇଁ ଶ୍ରେଷ୍ଠ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନକୁ ଚୟନ କରାଯିବ।

‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଅଧୀନରେ ମାଧ୍ୟମିକ ବିଦ୍ୟାଳୟ ପୁରସ୍କାର ପାଇଁ ମୋଟ ୫ ହଜାର ୨୫ଟି ବିଦ୍ୟାଳୟ ଆବେଦନ କରିଛନ୍ତି। ସେହିପରି ପ୍ରଧାନଶିକ୍ଷକ (ମାଧ୍ୟମିକ ବିଦ୍ୟାଳୟ) ପାଇଁ ୪ ହଜାର ୩୦୪ ଜଣ ଓ ଶିକ୍ଷକ ପୁରସ୍କାର (ମାଧ୍ୟମିକ ବିଦ୍ୟାଳୟ) ପାଇଁ ୧୪ ହଜାର ୨୬୨ ଜଣ ଶିକ୍ଷକ ଆବେଦନ କରିଛନ୍ତି। ପ୍ରାଥମିକ ବିଦ୍ୟାଳୟ ପୁରସ୍କାର ପାଇଁ ୧୦ ହଜାର ୨୩ଟି ବିଦ୍ୟାଳୟ ଆବେଦନ କରିଥିବା ବେଳେ ପ୍ରଧାନଶିକ୍ଷକ (ପ୍ରାଥମିକ ବିଦ୍ୟାଳୟ) ପୁରସ୍କାର ପାଇଁ ୮ ହଜାର ୪୫୪ ଜଣ ଆବେଦନ କରିଛନ୍ତି। ଶିକ୍ଷକ ପୁରସ୍କାର (ପ୍ରାଥମିକ ବିଦ୍ୟାଳୟ) ନିମନ୍ତେ ସାରା ରାଜ୍ୟରୁ ୩୦ ହଜାର ୯୯୯ ଜଣ ଶିକ୍ଷକ ଆବେଦନ କରିଛନ୍ତି। ସେହିପରି ପୁରାତନ ଛାତ୍ରଛାତ୍ରୀ କମିଟି ପୁରସ୍କାର ପାଇଁ ବିଭିନ୍ନ ବିଦ୍ୟାଳୟରୁ ସମୁଦାୟ ୩ ହଜାର ୫୯୫ଟି କମିଟି ଆବେଦନ କରିଛନ୍ତି। ଏହି ସମସ୍ତ ପୁରସ୍କାର ପାଇଁ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଥିବା ଜଣାପଡିଛି।

- Advertisement -

ଅନ୍ୟପକ୍ଷରେ, ଜିଲ୍ଲା ପୁରସ୍କାର ପାଇଁ ୨୩, ବ୍ଳକ ପୁରସ୍କାର ପାଇଁ ୧୩୮, ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ପୁରସ୍କାର ପାଇଁ ୨୪, ବ୍ଲକ୍ ଶିକ୍ଷା ଅଧିକାରୀ (ବିଇଓ) ପୁରସ୍କାର ପାଇଁ ୧୦୩, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡିଆଇଇଟି) ପୁରସ୍କାର ପାଇଁ ୩୦, ଗ୍ରାମପଞ୍ଚାୟତ ପୁରସ୍କାର ପାଇଁ ୧୨୧୭ ଓ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ (ସିଆସିସି) ପୁରସ୍କାର ପାଇଁ ୧୩୬୮ଟି ଆବେଦନ ଆସିଛି। ବ୍ଳକ, ଜିଲ୍ଲା ଓ ରାଜ୍ୟସ୍ତରୀୟ କମିଟିରେ ଏହି ଆବେଦନର ଯାଞ୍ଚ କରାଯାଇ ବ୍ଳକ, ଜିଲ୍ଲା ଓ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ଚୟନ କରାଯିବ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ୧୯ ହଜାର ୪୬୭ଟି ପୁରସ୍କାର ବାବଦରେ ୩୨ କୋଟି ୧୭ ଲକ୍ଷ ୨୯ ହଜାର ଟଙ୍କା ପ୍ରଦାନ କରାଯିବ। ସେହିପରି ଜିଲ୍ଲାସ୍ତରରେ ୪ ହଜାର ୬୮୦ଟି ପୁରସ୍କାର ପାଇଁ ୨୪ କୋଟି ୫୮ ଲକ୍ଷ ୫୦ ହଜାର ଟଙ୍କା ପୁରସ୍କାର ରାଶି ଦିଆଯିବ। ବ୍ଲକ୍‌ସ୍ତରରେ ୩୪ ହଜାର ୮୫୪ଟି ପୁରସ୍କାର ବାବଦକୁ ୫୯ କୋଟି ୯୭ ଲକ୍ଷ ୪୦ ହଜାର ଟଙ୍କା ପ୍ରଦାନ କରାଯିବ। ମହାନଗରନିଗମସ୍ତରରେ ୫୦ଟି ଓ ସବ୍‌ ଡିଭିଜିନାଲ ସ୍ତରରେ ୫୮ଟି ପୁରସ୍କାର ପାଇଁ ୧୧ ଲକ୍ଷ ୬୦ ହଜାର ଟଙ୍କା ପୁରସ୍କାର ରାଶି ଦିଆଯିବ।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

Related Articles

Popular Categories