www.samajalive.in
Sunday, December 14, 2025
19.1 C
Bhubaneswar

ସେପ୍ଟେମ୍ବର ୨, ୯ ଓ ୧୬ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଡେସ୍କ: ଆସନ୍ତା ସେପ୍ଟେମ୍ବର ୨, ୯ ଏବଂ ୧୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ସଂପ୍ରତି ସପ୍ତଦଶ ଓଡ଼ିଶା ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ସେପ୍ଟେମ୍ବର ୨ ତାରିଖ ଏବଂ ସେପ୍ଟେମ୍ବର ୯ ତାରିଖରେ ନୂଆଖାଇ ପରିପ୍ରେକ୍ଷୀରେ ସ୍ଵତନ୍ତ୍ର ସରକାରୀ ଛୁଟି ଓ ସେପ୍ଟେମ୍ବର ୧୬ ତାରିଖରେ ମହାପୁରୁଷ ମହମ୍ମଦଙ୍କ ଜୟନ୍ତୀ ଉପଲକ୍ଷେ ସରକାରୀ ଛୁଟି ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ତରଫରୁ କୁହାଯାଇଛି।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories