www.samajalive.in
Monday, December 15, 2025
26.1 C
Bhubaneswar

୩୦ରେ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ସୋମବାର ୩୦ ତାରିଖ ଦିନ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର ଦିନ ୧୦.୩୦ ସମୟରୁ ୟୁନିଟ୍-୨, ଅଶୋକ ନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ(କ୍ୟାପିଟାଲ ନର୍ସରୀ )ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ। ଏହି ଅଭିଯୋଗ ଶୁଣାଣି ପାଇଁ ଶୁକ୍ରବାର ଦିନ ୧୨ଟାରୁ ପଞ୍ଜୀକରଣ ଜାରି ରହିଛି।
ଆଜିରୁ ଆରମ୍ଭ ହୋଇଥିବା ଏହି ଅନଲାଇନ ପଞ୍ଜୀକରଣ, ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ। ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେସନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।

ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ବୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories