www.samajalive.in
Monday, December 15, 2025
26.1 C
Bhubaneswar

ସିଙ୍ଗିଲ୍ ୱିଣ୍ଡୋ ଜରିଆରେ ୪୮ ଜଣଙ୍କୁ ୫୩ ଲକ୍ଷ ସହାୟତା

ଭୁବନେଶ୍ୱର : ସୋମବାର ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଥିଲା ଦ୍ୱାଦଶ ପାଳି। ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍‌କାଳ ପଦକ୍ଷେପ ନେଇଛନ୍ତି। ପଞ୍ଜିକରଣ କରିଥିବା ୧ ହଜାର ଅଭିଯୋଗକାରୀ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ଆସିଥିଲେ। ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରିମଣ୍ଡଳର ୭ ଜଣ ବରିଷ୍ଠ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା କରିଥିଲେ। ପ୍ରତିଥର ଭଳି ମୁଖ୍ୟମନ୍ତ୍ରୀ ପ୍ରଥମେ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚି ଭିନ୍ନକ୍ଷମ ଲୋକମାନଙ୍କ ପାଖକୁ ଯାଇଥିଲେ ଏବଂ ସେଠାରେ ସମସ୍ତଙ୍କ ଅଭିଯୋଗ ଓ ସମସ୍ୟା ଶୁଣିବା ପରେ ପ୍ରକୋଷ୍ଠ ଭିତରକୁ ଆସି ପଞ୍ଜିକରଣ କରିଥିବା ଅନ୍ୟ ଅଭିଯୋଗକାରୀଙ୍କ ଅଭିଯୋଗ ଗ୍ରହଣ କରିଥିଲେ। ସମସ୍ତ ଅଭିଯୋଗ ଗୁଡିକର ପ୍ରତିବିଧାନ ପାଇଁ ଉପସ୍ଥିତ ସମ୍ପୃକ୍ତ ବିଭାଗ ସଚିବମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଥିଲେ। ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ବାବଦକୁ ୧୦ ଜଣଙ୍କ ପାଇଁ ୯ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ। ଚଳିତ ବର୍ଷ ଆରମ୍ଭରୁ ଆଜି ସୁଦ୍ଧା ସିଙ୍ଗିଲ ୱିଣ୍ଡୋ ସିଷ୍ଟମରେ ୪୮ ଜଣଙ୍କୁ ୫୩ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି।
ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଏକାଦଶ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୦,୮୯୪ଟି ଅଭିଯୋଗ ମଧ୍ୟରୁ ୧୦,୧୩୨ଟି ଅଭିଯୋଗର ସମାଧାନ କରାଯାଇଛି। ଯାହା ଶତକଡ଼ା ୯୩ ପ୍ରତିଶତ। ବକେୟା ଅଭିଯୋଗଗୁଡ଼ିକ ପ୍ରକ୍ରିୟାରେ ରହିଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ସୁରେଶ ପୂଜାରୀ, ମନ୍ତ୍ରୀ ମୁକେଶ ମହାଲିଙ୍ଗ, ମନ୍ତ୍ରୀ ବିଭୁତି ଭୂଷଣ ଜେନା, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଓ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀ ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠର ସ୍ୱତନ୍ତ୍ର ସଚିବ ନିହାର ରଞ୍ଜନ ଦାଶ ଏବଂ ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories