www.samajalive.in
Saturday, December 6, 2025
26.1 C
Bhubaneswar

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି 

ଭୁବନେଶ୍ବର : ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଗତ ୩୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ ରହିଛି। ସେମାନେ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ। ଜୁନ ୩୦ ତାରିଖ ପାଇଁ ପୂର୍ବରୁ ପଞ୍ଜୀକରଣ କରିଥିବା ଆବେଦନକାରୀ ସେମାନଙ୍କ ପ୍ରାପ୍ତି ସ୍ୱୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ଆବେଦନ ପତ୍ର ସହ ୟୁନିଟ୍-୨ ଅଶୋକନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ଠାରେ ଜନଶୁଣାଣି ପାଇଁ ଉପସ୍ଥିତ ରହିବେ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories