www.samajalive.in
Friday, December 5, 2025
20.1 C
Bhubaneswar

କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ : ମୁକାବିଲା ପାଇଁ ୨୦୦ କୋଟିର ପାଣ୍ଠି ,୩୧ ଯାଏଁ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର : କରୋନା ସମ୍ପର୍କରେ ବିଧାନସଭାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିବୃତି ରଖିଛନ୍ତି। କରୋନାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ବିପର୍ଯ୍ୟୟ ପ୍ରଶମନ ଆଇନ ୨୦୦୫ ଅନୁସାରେ କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରାଯାଇଛି। କରୋନା ମୁକାବିଲା ପାଇଁ ସରକାର ୨୦୦ କୋଟି ଟଙ୍କାର ପାଣ୍ଠି ବ୍ୟବସ୍ଥା କରିଛନ୍ତି। ଏ ନେଇ କ୍ୟାବିନେଟରେ ନିଷ୍ପତ୍ତି ହୋଇଥିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଗୃହକୁ ଅବଗତ କରାଇଛନ୍ତି। କରୋନା ପାଇଁ ଆସନ୍ତା ମାର୍ଚ୍ଚ ୨୯ ଯାଏ ବିଧାନସଭାକୁ ମୁଲତବୀ ରକାଯାଇଛି। ସେହିପରି ମାର୍ଚ୍ଚ ୩୧ ତାରିଖ ଯାଏଁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ ରହିବ ବୋଲି ମଧ୍ୟ ନିଷ୍ପତ୍ତି ନିଆଯାଇଛି। ତେବେ ସ୍କୁଲ ବନ୍ଦ ସତ୍ବେ ପରୀକ୍ଷା ଚାଲୁ ରହିବ। ସିନେମା ହଲ, ସୁଇମିଙ୍ଗ ପୁଲ, ଜିମ୍‍, ସେମିନାର, ୱାର୍କଶପ୍‍ , ସମ୍ମିଳନୀ ମଧ୍ୟ ୩୧ ଯାଏଁ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ବାହାଘର, ଧର୍ମୀୟ କାର୍ଯ୍ୟକ୍ରମ, ସଭା ସମିତିକୁ ନିୟନ୍ତ୍ରଣ କରାଯିବ ଓ ସାମାଜିକ କାର୍ଯ୍ୟକ୍ରମକୁ ସ୍ଥାନୀୟ ଅଧିକାରୀ ନିୟନ୍ତ୍ରଣ କରିବେ।
ଏହାସହ ଆବଶ୍ୟକ ଔଷଧ, ସରଞ୍ଜାମ ଆଦି ମହଜୁଦ ପାଇଁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି ଆମେ ସମସ୍ତେ ମୁକାବିଲା ପାଇଁ ପ୍ରସ୍ତୁତ ରହିବା, ଭୟଭୀତ ହେବାନି। କରୋନା ମୁକାବିଲା ପାଇଁ ମନ୍ତ୍ରୀସ୍ତରୀୟ ଓ ସଚିବସ୍ତରୀୟ କମିଟି ଗଠନ ହେବ। ଏକ ମିଶନ ଭାବେ ଗ୍ରହଣ କରାଯାଇ କରୋନାକୁ ମୁକାବିଲା କରାଯିବ। ଏହାସହ ବାହାରେ ପାନ ଛେପ ନ ପକାଇବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories