www.samajalive.in
Monday, December 15, 2025
26.1 C
Bhubaneswar

‘ଲକ୍ଷ୍ମୀ’ ଯୋଜନା ଆରମ୍ଭ କରି ମୁଁ ବହୁତ ଖୁସି – ମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଓଡିଶା ବିକାଶର ଲଞ୍ଚିଂ ପ୍ୟାଡ। ‘ଲକ୍ଷ୍ମୀ’ ଯୋଜନା ଆରମ୍ଭ କରି ମୁଁ ବହୁତ ଖୁସି। ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ‘ଲକ୍ଷ୍ମୀ’ ଯୋଜନାର ଶୁଭାରମ୍ଭ କରି ଆୟୋଜିତ କାର୍ଯ୍ୟକ୍ରମରେ ନିଜ ଉଦବୋଧନରେ ଏପରି କହିଛନ୍ତି। ଆଜି ଠାରୁ ମାଲକାନଗିରିରେ ଆରମ୍ଭ ହୋଇଛି ‘ଲକ୍ଷ୍ମୀ’ ଯୋଜନା। ମୁଖ୍ୟମନ୍ତ୍ରୀ କହିଛନ୍ତି, ମାଲକାନଗିରି ମୋ ପାଇଁ ବହୁତ ପ୍ରିୟ। ମାଲକାନଗିରି ସହ ମୁଁ ରହିଛି। ରାଜ୍ୟରେ ଯାତ୍ରୀ ପରିବହନ କ୍ଷେତ୍ରରେ ନୂଆ ଅଧ୍ୟାୟ ଲେଖାହେଲା। ଗୁରୁପ୍ରିୟା ସେତୁ ମାଲକାନଗିରି ବିକାଶର ମାଇଲଖୁଣ୍ଟ ବୋଲି କହିଛନ୍ତି। ଲକ୍ଷ୍ମୀ ଯୋଜନା ଘରେ ଘରେ ଖୁସି ଆଣିବ। ଏହା ଗାଁ ଗାଁରେ ସମୃଦ୍ଧି ଆଣିବ। ଅର୍ଥନୀତିକୁ ସୁଦୃଢ କରିବ। ଲକ୍ଷ୍ମୀ ଯୋଜନା ସମସ୍ତଙ୍କୁ ବିକାଶ ସହ ଯୋଡିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଆଜି ମାଲକାନଗିରି ଗସ୍ତରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ‘ଲକ୍ଷ୍ମୀ’ ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରାୟ ୧୯୨ କୋଟି ବ୍ୟୟରେ ୧୮ଟି ଲୋକାଭିମୁଖି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟୟରେ ୬ଟି ଜିଲା ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଜିଲାରେ ଲକ୍ଷ୍ମୀ ବସ୍‌‌ ସେବା ଆରମ୍ଭ ହୋଇଛି। ମାଲକାନଗିରିରେ ୩୬ଟି ଲକ୍ଷ୍ମୀ ବସ୍‌‌ ଆରମ୍ଭ ହୋଇଥିବା ବେଳେ ପରବର୍ତ୍ତୀ ସମୟରେ ସାରା ଓଡିଶାରେ ଚଳାଚଳ କରିବ ଲକ୍ଷ୍ମୀ ବସ୍‌‌। ପଞ୍ଚାୟତରୁ ଜିଲା ମୁଖ୍ୟାଳୟକୁ ଯୋଡିବ ଲକ୍ଷ୍ମୀ ବସ୍‌‌ ସେବା। ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଲକ୍ଷ୍ମୀ ବସର ଶୁଭାରମ୍ଭ କରିବା ସହ ମୁଖ୍ୟମନ୍ତ୍ରୀ ଏହି ବସ୍‌‌ରେ ଯାତ୍ରା ମଧ୍ୟ କରିଛନ୍ତି। ଏହାସହ ୯୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories