www.samajalive.in
Monday, December 15, 2025
24.1 C
Bhubaneswar

ନୂଆ ବର୍ଷରେ ମେଟ୍ରୋ ଶିଳାନ୍ୟାସ, ୫୯୨୯ କୋଟିର ମୋଟ ବ୍ୟୟବରାଦ ବହନ କରିବେ ରାଜ୍ୟ ସରକାର

ଭୁବନେଶ୍ବର: ଜାନୁଆରୀ ପହିଲାରେ ମେଟ୍ରୋ ରେଲ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଭୁବନେଶ୍ବର ମେଟ୍ରୋ ରେଲ ଡିପିଆରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ୫୯୨୯ କୋଟିର ମୋଟ ବ୍ୟୟବରାଦ ବହନ କରିବାକୁ ଥିବାବେଳେ ସପ୍ଲିମେଣ୍ଟାରୀ ବଜେଟର ୨୧୦କୋଟି ଟଙ୍କା ମଞ୍ଜୁର ହୋଇଛି। ଏହି ମେଟ୍ରୋ ରେଳ ପ୍ରକଳ୍ପ ଖୁବ ଶୀଘ୍ର ଆରମ୍ଭ କରି ୪ ବର୍ଷରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ସୂଚନା ପ୍ରଦାନ କରାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟର ସମୀକ୍ଷା କରିଛନ୍ତି। ମୋଟ ୫୯୨୯ ଟଙ୍କା ବ୍ୟୟରେ ବିସ୍ତୃତ ପ୍ରକଳ୍ପ ରିପୋର୍ଟକୁ ଅନୁମୋଦନ କରାଯାଇଛି, ଯାହା ସମ୍ପୂର୍ଣ୍ଣ ରୂପେ ଓଡିଶା ସରକାର ବହନ କରିବେ। ୫-ଟି ଯୋଜନା ଅନ୍ତର୍ଗତ ଏହି ଯୋଜନାରେ ଏହି ପ୍ରକଳ୍ପ ୪ ବର୍ଷ ଭିତରେ ଶେଷ କରାଯିବ। ଚଳିତ ବର୍ଷ ସପ୍ଲିମେଣ୍ଟାରୀ ବଜେଟରେ ୨୧୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ୨୦୨୪ ଜାନୁଆରୀ ୧ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି ସୂଚନା ଦିଆଯାଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories