www.samajalive.in
Monday, December 8, 2025
14.1 C
Bhubaneswar

ସୁନ୍ଦରଗଡ ହେଉଛି ଓଡ଼ିଶାର ବିକାଶର ବତୀଘର:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ ସଦର ବ୍ଲକ୍ ଅନ୍ତର୍ଗତ କୋପସିଂଗା ଓ କୁଡାବଙ୍ଗାଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍ ନଦୀ ଉପରେ ନିର୍ମାଣ ହେବାକୁ ଥିବା ଦୁଇଟି ବ୍ୟାରେଜର ଶିଳାନ୍ୟାସ କରିଛନ୍ତି। ଏହି ଦୁଇଟି ପ୍ରକଳ୍ପ କାର୍ଯ୍ୟ ଆଗାମୀ ୨ ବର୍ଷରେ ଶେଷ ହେବ ଏବଂ ଏହାଦ୍ବାରା ସୁନ୍ଦରଗଡ ମ୍ୟୁନିସପାଲଟି, ସୁନ୍ଦରଗଡ ସଦର ବ୍ଲକ୍, ଲେଫ୍ରିପଡା, ବାଲିଶଂକରା ଓ ଟାଙ୍ଗରପାଲି ଆଦି ବ୍ଲକ୍ର ୪୭ ହଜାର ଲୋକ ଉପକାର ପାଇବେ। ଏହାସହିତ ୪୮୮ ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିବ। ଉପରୋକ୍ତ ବ୍ଲକଗୁଡିକରେ ଘରେ ଘରେ ପାନୀୟ ଜଳଯୋଗାଣ ସୁବିଧା ହୋଇପାରିବ ଓ ମତ୍ସ୍ୟଜୀବୀ ମାନେ ଏହି ବ୍ୟାରେଜରେ ମାଛ ଚାଷ କରି ଜୀବିକା ଉପାର୍ଜନ କରିପାରିବେ। ଏହି ଦୁଇଟି ବ୍ୟାରେଜ ଉପରେ ବ୍ରିଜ କରାଯାଉଥିବାରୁ ଲେଫ୍ରିପଡା ଓ ଟାଙ୍ଗରପଲ୍ଲୀ ବ୍ଲକ୍‌ର ଲୋକମାନେ ରାଉରକେଲା ସହିତ ସିଧାସଳଖ ଯୋଗାଯୋଗ ସୁବିଧା ପାଇବେ।
ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ରାଜ୍ୟରେ ଜଳ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ନଦୀରେ ପ୍ରବାହିତ ଜଳର ସଂରକ୍ଷଣ ଯୋଜନା(ଇନ୍‌ଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର) ଆରମ୍ଭ କରିଛନ୍ତି । ଏଥିପାଇଁ ୧୧,୭୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ବିଭିନ୍ନ ନଦୀ ସ୍ରୋତର ୩୦ଟି ସ୍ଥାନରେ ଏହି ବ୍ୟାରେଜ ନିର୍ମାଣ କରାଯିବ। ଯାହାଫଳରେ ଚାଷୀ ଜମିକୁ ସବୁ ଦିନ ପାଇଁ ପାଣି ପାଇପାରିବ। ଭୂତ୍ତଳ ଜଳସ୍ତର ଠିକ୍‌ ରହିବ। ଆଖପାଖ ଗାଁ ମାନଙ୍କରେ ବିଶୁଦ୍ଧ ପାଇପ ପାଣି ଯୋଗାଣ ହୋଇପାରିବ। ଆଜି ସୁନ୍ଦରଗଡରେ ଆରମ୍ଭ ହୋଇଥିବା ଦୁଇଟି ପ୍ରକଳ୍ପ ଏହି ଯୋଜନାର ଅଂଶବିଶେଷ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସୁନ୍ଦରଗଡ ହେଉଛି ଓଡିଶାର ବିକାଶର ବତୀ ଘର। ରାଉରକେଲା ସହର, ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ଓ ରାଉରକେଲାର ଏନଆଇଟି ଓଡିଶାର ଗୌରବ ବୃଦ୍ଧି କରିଛି। ଏହି ତିନୋଟିଯାକ ଗୁରୁତ୍ବପୁର୍ଣ୍ଣ ପ୍ରକଳ୍ପରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସ୍ମୃତି ଜଡିତ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସୁନ୍ଦରଗଡ ସାରା ଦେଶକୁ ବହୁତ କିଛି ଦେଇଛି। ସୁନ୍ଦରଗଡର କୋଇଲା, ଦେଶକୁ ଶକ୍ତି ଯୋଗାଉଛି।

 

- Advertisement -

ସୁନ୍ଦରଗଡ ରେ ଏସିଆର ସବୁଠୁ ବଡ ହକି ଷ୍ଟାଡିୟମ ହେବାକୁ ଯାଉଛି। ସୁନ୍ଦରଗଡର ହକି ଖେଳାଳୀମାନେ ଦେଶ ପାଇଁ ଗୌରବ ଆଣିଛନ୍ତି ଓ ଗର୍ବିତ କରିଛନ୍ତି। ତେଣୁ ସୁନ୍ଦରଗଡରେ ଏମ୍‌ସ ସୁନ୍ଦରଗଡବାସୀଙ୍କର ହକ୍‌ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସୁନ୍ଦରଗଡରେ ୫-ଟି ସ୍କୁଲ ଟ୍ରାନ୍ସଫରମେସନ୍‌ ଠାରୁ ଆରମ୍ଭ କରି ମିଶନ ଶକ୍ତି ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରୀତା ପାଇଁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହିତ ଜିଲ୍ଲାର ବହୁ ଲୋକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡର ସୁଯୋଗ ନେଇ ଉନ୍ନତ ଚିକିତ୍ସା ସୁବିଧା ପାଉଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ।
ରାଜ୍ୟ ସରକାର ବିଭିନ୍ନ ବିକାଶ ଓ କଲ୍ୟାଣ କାର୍ଯ୍ୟକ୍ରମର ସୁଯୋଗ ନେଇ ନୂଆ ଓଡିଶା ଗଠନରେ ନିଜ ନିଜର ଅବଦାନ ରଖିବା ପାଇଁ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ। କାର୍ଯ୍ୟକ୍ରମରେ ଯୋଗ ଦେଇ ବିଧାୟକ ତଥା ସୁନ୍ଦରଗଡ ଜିଲା ଯୋଜନା କମିଟିର ଅଧ୍ୟକ୍ଷ  ସାରଦା ନାୟକ ଜିଲାର ବିଭିନ୍ନ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଯେଭଳି ପଦକ୍ଷେପ ନେଇଛନ୍ତି, ସେଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଜଳସଂପଦ ବିଭାଗର ପ୍ରମୁଖ ସଚିବ  ଅନୁ ଗର୍ଗ ତାଙ୍କ ସ୍ବାଗତ ଭାଷଣରେ ନଦୀରେ ପ୍ରବାହିତ ଜଳର ସଂରକ୍ଷଣ ଯୋଜନା(ଇନ୍‌ଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର) ସଂପର୍କରେ ଅବତାରଣା କରିଥିଲେ। ବିଭାଗୀୟ ଯନ୍ତ୍ରୀମୁଖ୍ୟ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବୈଠକରେ ମୁଖ୍ୟଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories