ଭୁବନେଶ୍ୱର: ‘ଆମ ବସଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲ୍ଲାରେ ୨୦ଟି ନୂଆ ବସଷ୍ଟାଣ୍ଡକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାହାକି ପରିବହନ କ୍ଷେତ୍ରରେ ଏକ ନୂଆ ମାଇଲଷ୍ଟୋନ ସାଜିବ। ଆଧୁନିକ ଓ ସ୍ମାର୍ଟ ବସଷ୍ଟାଣ୍ଡ ରୂପେ ଏହା ନିର୍ମାଣ ହୋଇଛି। ଏସମସ୍ତ ବସଷ୍ଟାଣ୍ଡ ଦ୍ବାରା କୋଟିଏରୁ ଅଧିକ ଲୋକ ଉପକୃତ ହେବେ ।ଏଥିରେ ଯାତ୍ରୀ, ଡ୍ରାଇଭର ତଥା ସମସ୍ତ ସହକାରୀ କର୍ମଚାରୀ ମାନଙ୍କ ପାଇଁ ସସସ୍ତ ପ୍ରକାର ସୁବିଧା ରହିଛି। ଲୋକଙ୍କୁ ଉନ୍ନତମାନର ପରିବହନ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ‘ଆମ ବସଷ୍ଟାଣ୍ଡ’ ଯୋଜନା ମାଧ୍ୟମରେ ଅତ୍ୟାଧୁନିକ ବସଷ୍ଟାଣ୍ଡ ନିର୍ମାଣ କରୁଛନ୍ତି। ପୂର୍ବରୁ ଗତ ଅଗଷ୍ଟ ମାସରେ ୨୧ଟି ନୂଆ ବସଷ୍ଟାଣ୍ଡର ଲୋକାର୍ପଣ କରାଯାଇଥିଲା।
Popular Categories



