www.samajalive.in
Saturday, December 6, 2025
23.1 C
Bhubaneswar

ଉପନିର୍ବାଚନ ପୂର୍ବରୁ ନୂଆପଡାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୧୦୦କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ

ସମାଜ ଡିଜିଟାଲ ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆପଡା ଜିଲା ଗସ୍ତ କରି ୧୧୦୦କୋଟି ଟଙ୍କାରୁ ଅଧିକ ମୂଲ୍ୟର ୯୫୭ଟି ନୂତନ ପ୍ରକଳ୍ପର ଘୋଷଣା, ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଲୋକଙ୍କ ସରକାର, ଜନକଲ୍ୟାଣ ଓ ବିକାଶକୁ ସର୍ବଦା ପ୍ରାଥମିକତା ଦେଇ ଆସିଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ନୂଆପଡା ଜିଲାରେ ଅନେକ ବିକାଶମୂଳକ ପ୍ରକଳ୍ପ ଗୁଡିକ ଉଦଘାଟନ ହୋଇଛି । ଏହି ପ୍ରକଳ୍ପ ଗୁଡିକ କୃଷି, ଶିକ୍ଷା ଓ ସ୍ୱାସ୍ଥ୍ୟ ଏବଂ ଗ୍ରାମ୍ୟ ଉନ୍ନୟନ ଭଳି କ୍ଷେତ୍ରରେ ବିପୁଳ ଅଭିୃବଦ୍ଧି ଆଣିବା ସହ ଉନ୍ନତ ସଂଯୋଗୀକରଣ, ସ୍ଥାନୀୟ ନିଯୁକ୍ତି ସୃଷ୍ଟି ଏବଂ ଜୀବନଧାରଣମାନର ଉନ୍ନତିକୁ ସୁନିଶ୍ଚିତ କରିବ । ସର୍ବସ୍ପର୍ଶୀ ଓ ସମାବେଶୀ ବିକାଶ ସହ ଓଡ଼ିଶାର ଜନ ସାଧାରଣଙ୍କ ସେବା କରି ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆମ ସରକାର ସଂକଳ୍ପବଦ୍ଧ ।

ଆଗକୁ ନୂଆପଡାରେ ଉପନିର୍ବାଚନ ହେବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଏହି ଗସ୍ତ ବେଶ ଗୁରୁତ୍ୱପୂର୍ଣ୍ଣ ହୋଇଛି । ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀ ରବି ନାରାୟଣ ନାଏକ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, କଳାହାଣ୍ଡି ସାଂସଦ ମାଳବିକା ଦେବୀ, ରାଜ୍ୟସଭା ସାଂସଦ ସୁଜିତ କୁମାର, ଖରିଆର ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ଉପସ୍ଥିତ ରହିଥିଲେ ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories