www.samajalive.in
Monday, December 8, 2025
24.1 C
Bhubaneswar

ଶିଶୁଙ୍କୁ ମିଳିବ ‘ଯାଦୁପେଡ଼ି’

ଭୁବନେଶ୍ୱର : ନୂତନ ଶିକ୍ଷା ନୀତି ୨୦୨୦ ଅନୁଯାୟୀ ଛୋଟ ପିଲାଙ୍କ ପାଇଁ ଯାଦୁପେଡ଼ିର ପରିକଳ୍ପନା କରାଯାଇଛି। ଏହାକୁ ଏନସିଇଆରଟି ଦ୍ୱାରା ପ୍ରସ୍ତୁତ କରାଯାଇଛି। ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାଙ୍କ ପାଇଁ ଏହି କିଟ୍ ପ୍ରଦାନ କରାଯିବ। ପ୍ରତ୍ୟେକ କିଟ୍ ପାଇଁ ପ୍ରାୟ ୨୦ ହଜାର ଟଙ୍କା ଖର୍ଚ୍ଚ କରାଯାଇଛି। ରାଜ୍ୟର ୪୫ ହଜାର ସ୍କୁଲରେ ଏହାକୁ ଆବଣ୍ଟିତ କରାଯିବ ଏବଂ ସମୁଦାୟ ୯୦ କୋଟି ଟଙ୍କା ଖର୍ଚ୍ଚ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ଶିଶୁବାଟିକା ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଏହି ଯାଦୁପେଡ଼ି ଦେଖିବା ସହ ଏହାର ଉପଯୋଗିତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆୟୁକ୍ତ ତଥା ଶାସନ ସଚିବ ଶାଳିନୀ ପଣ୍ଡିତ ଯାଦୁପେଡ଼ି ଭିତରେ ଥିବା ସାମଗ୍ରୀ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଛୋଟ ପିଲାମାନେ ନିଜ ପାରିପାର୍ଶ୍ବିକ ଅଞ୍ଚଳରେ ବ୍ୟବହାର୍ଯ୍ୟ ସାମଗ୍ରୀ ଓ ଏହାର ଉପଯୋଗିତା ବିଷୟରେ ଏହି ଯାଦୁପେଡ଼ିରେ ଥିବା ଖେଳନାରୁ ଶିଖି ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories