www.samajalive.in
Thursday, December 11, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ ; ବିଭିନ୍ନ ପ୍ରକଳ୍ପର ଉଦ୍‍ଘାଟନ ଓ ଶିଳାନ୍ୟାସ

ଝାରସୁଗୁଡ଼ା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଲାବିରାରେ ପହଞ୍ଚି ହେଲିପ୍ୟାଡ୍‍ ନିକଟରେ ୧୧ କୋଟି ୮୧ଲକ୍ଷ ଟଙ୍କାର ମୋଟ ୧୪ଟି ପ୍ରକଳ୍ପର ଶିଳାନ୍ୟାସ ଓ ୬ଟି ପ୍ରକଳ୍ପର ଉଦ୍‍ଘାଟନ କରିଛନ୍ତି। ଗଣ୍ଡୱାନା ଗଣ୍ଡ୍ ସମାଜ ଦ୍ବାରା ଆୟେଜିତ ସାଧାରଣ ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଉଦବୋଧନ ଦେଇଥିଲେ।

ଆଦିବାସୀଙ୍କ ସ୍ୱାର୍ଥ ରକ୍ଷାପାଇଁ ତାଙ୍କ ସରକାର ବଦ୍ଧପରିକର ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କ ବକ୍ତବ୍ୟରେ କହିଥିଲେ। ସେହିପରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆଦିବାସୀ ପିଲାମାନଙ୍କୁ ସରକାର ମାଗଣାରେ ଶିକ୍ଷା ଯୋଗାଇ ଦେଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଶହୀଦ୍‍ କରୁଣାକରଙ୍କ ସ୍ମୃତି ରକ୍ଷାପାଇଁ ୫୦ ଲକ୍ଷ ଟଙ୍କାର ଅନୁଦାନ ଘୋଷଣା କରାଯାଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ସେହିପରି ପ୍ରତିବର୍ଷ ରାଜ୍ୟସ୍ତରୀୟ ଶହୀଦ୍‍ କରୁଣାକରଙ୍କ ସ୍ମୃତିଦିବସ ପାଳନ କରାଯିବ ବୋଲି ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ ଗସ୍ତକୁ ନେଇ ଜିଲ୍ଲା ପ୍ରଶାସନ ଓ ପୁଲିସ୍‍ ପକ୍ଷରୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରାଯାଇଥିଲା।

Hot this week

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

ସମ୍ପାଦକୀୟ : ବିଯୋଗ ଅଧିକାର

ଶାନ୍ତି ଛଡ଼ାଇ ନ ନେଉ କର୍ପୋରେଟ ଜଗତ ଭାରତୀୟ ସଂସଦରେ ଏକ ଗୁରୁତ୍ୱପୂର୍ଣ୍ଣ...

ସମ୍ପାଦକୀୟ : ମାଲକାନଗିରି ହିଂସା

ଭୂମିପୁତ୍ରଙ୍କ ଦୁଃଖ ଦୂରହେଉ ମାଲକାନଗିରି ଜିଲାର ଏମ୍‌ଭି -୨୬ ଗାଁରେ ଘଟିଥିବା ହିଂସାକାଣ୍ଡ...

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ...

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

Related Articles

Popular Categories