www.samajalive.in
Friday, December 5, 2025
26.1 C
Bhubaneswar

ଆଜି କେନ୍ଦୁଝର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ସଦର : ଆଜି କେନ୍ଦୁଝର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଶନିବାର ଯାଜପୁର ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମ ସାରିବା ପରେ ଆଜି କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଅଡିଟୋରିୟମରେ ଇଣ୍ଡିଆନ୍ ମେଡିକାଲ ଆସୋସିଏସନ୍ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ପୂର୍ବାହ୍ନ ୧୦ଟା ୧୫ରେ କାର୍ଯ୍ୟକ୍ରମରେ ଯୋଗଦେବାକୁ ଥିବାବେଳେ ୧୧ଟା ୨୦ରେ ଧରଣୀଧର ମେଡିକାଲ କଲେଜ ନିକଟରେ ଥିବା ଅସ୍ଥାୟୀ ହେଲିପ୍ୟାଡ଼୍‌କୁ କାର ଯୋଗେ ଯାଇ ସେଠାରୁ ହେଲିକେପ୍ଟର ଯୋଗେ କଟକ ଅଭିମୁଖେ ଯାତ୍ରା କରିବେ। ବାରବାଟୀ ଷ୍ଟାଡିୟମଠାରେ ହେବାକୁ ଥିବା ଭାରତ ଇଂଲଣ୍ଡ ଦିନିକିଆ ଆନ୍ତର୍ଜାତିକ କ୍ରିକେଟ ମ୍ୟାଚ ଦେଖିବେ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଆଖି ଆଗରେ ରଖି ଜିଲା ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories