www.samajalive.in
Friday, December 5, 2025
20.1 C
Bhubaneswar

ଗଞ୍ଜାମ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା

ବ୍ରହ୍ମପୁର: ଗଞ୍ଜାମ ସମରଝୋଳ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସମବେଦନା ସହ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଏବଂ ଗୁରୁତର ଆହତଙ୍କୁ ୧ଲକ୍ଷ ଲେଖାଏଁ ସହାୟତା ରାଶି ଦେବାକୁ ନିର୍ଦେଶ ଦେଇଛନ୍ତି। ଏପରିକି ଆହତଙ୍କ ଚିକିତ୍ସା ସମ୍ପୂର୍ଣ୍ଣ ମାଗଣା କରିବାକୁ ନିର୍ଦେଶ ଦେଇଛନ୍ତି। ତେବେ ଆଜି ସକାଳେ ବ୍ରହ୍ମପୁର ସମରଝୋଳ ଛକ ନିକଟରେ ଏକ ଯାତ୍ରୀବାହୀ ବସକୁ ଟ୍ୟାଙ୍କର ଧକ୍କା ଦେଇଥିଲା। କଣ୍ଟେନରଟି ଟ୍ରକ କୁ ଓଭରଟେକ କରୁଥିବା ବେଳେ ସାମନା ପଟୁ ଭବାନୀପାଟଣା ରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଖମ୍ବେଶ୍ୱରୀ ନାମକ ଯାତ୍ରୀବାହୀ ବସ୍ ସହିତ ମୁହାଁ ମୁହିଁ  ଧକ୍କା ହୋଇଥିଲା। ଦୁର୍ଘଟଣା ପରେ ବସଟି ରାସ୍ତାକଡ ଚା ଦୋକାନକୁ ମାଡିଯାଇଥିଲା। ଫଳରେ ଚା ପିଉଥିବାବେଳେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ଦୁଇ ମୃତକ ବସ୍‌ର ଯାତ୍ରୀ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣାରେ ୨୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories