www.samajalive.in
Sunday, December 14, 2025
23.1 C
Bhubaneswar

ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଡେସ୍କ: ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ ରୁଗ୍‍ଣ ମାନସିକତାର ବ୍ୟକ୍ତି ହୋଇଥିବେ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ବେଳେ ଘଟଣାର ସତ୍ୟାସତ୍ୟ ଲୋକଲୋଚନକୁ ଆଣିବାକୁ ମୁଖ୍ୟମନ୍ତ୍ରୀ ଦୃଢ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ସମସ୍ତ ବରପୁତ୍ରଙ୍କୁ ରାଜ୍ୟ ସରକାର ସମ୍ମାନ ଦେବାରେ ବିଶ୍ୱାସ କରନ୍ତି ଓ ପୂଜ୍ୟପୂଜା ପାଇଁ ସମସ୍ତ ପଦକ୍ଷେପ ନେଇ ଆସୁଛନ୍ତି। ବିଜୁବାବୁଙ୍କ ପ୍ରତି ତାଙ୍କର ବ୍ୟକ୍ତିଗତ ଭାବେ ଗଭୀର ସମ୍ମାନ ରହି ଆସିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନିକଟରେ ମାର୍ଚ୍ଚ ୫ ତାରିଖରେ ବିଜୁବାବୁଙ୍କ ଜୟନ୍ତୀକୁ ରାଜ୍ୟ ସ୍ତରରେ ବିପୁଳ ଉତ୍ସାହର ସହ ପାଳନ କରାଯାଇଥିଲା। ସେଥିରେ ସେ ନିଜେ ଯୋଗ ଦେଇ ବିଜୁବାବୁଙ୍କ ସ୍ମୃତିଚାରଣ କରିଥିଲେ। ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ମଧ୍ୟ ଏପ୍ରିଲ ୧୭ ତାରିଖରେ ପାଳନ କରାଯିବ ବୋଲି ସେ କହିଛନ୍ତି।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories