www.samajalive.in
Monday, December 15, 2025
14.1 C
Bhubaneswar

ଆଇସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ଆଇସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଛନ୍ତି। ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ଋଣ ଦେବାପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ ଯେ, ଓଡ଼ିଶାରେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଯେପରିକି କୃଷି ଋଣ, ପ୍ରଧାନମନ୍ତ୍ରୀ ରୋଜଗାର ସୃଷ୍ଟି ଯୋଜନା(ପିଏମଇଜିପି), ପିଏମ୍ ସ୍ୱନିଧି ଯୋଜନା, ଷ୍ଟାଣ୍ଡଅପ୍ ଇଣ୍ଡିଆ ଯୋଜନା, ଗୃହଋଣ, ଶିକ୍ଷାଋଣ ଓ ରପ୍ତାନୀ ଋଣ ଆଦି ବିଭିନ୍ନ ଯୋଜନାରେ ଏହି ବ୍ୟାଙ୍କଗୁଡିକର ପ୍ରଦର୍ଶନ ଅତ୍ୟନ୍ତ କମ୍ ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୁନ୍ ୨୧ ତାରିଖରେ ଏହି ବ୍ୟାଙ୍କଗୁଡିକୁ ସରକାରୀ ତାଲିକାରୁ କାଢିଦେଇଛନ୍ତି।

- Advertisement -

ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଅନେକ ଗରିବ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଲୋକମାନଙ୍କୁ ଋଣ ଜରିଆରେ ଆର୍ଥିକ କାର୍ଯ୍ୟକ୍ରମରେ ସାମିଲ କରିବା ସହ ସେମାନଙ୍କ ରୋଜଗାର ବୃଦ୍ଧି କରିବା ହେଉଛି ସରକାରଙ୍କ ଲକ୍ଷ୍ୟ।

କିନ୍ତୁ ଏହି ସବୁ ଯୋଜନାଗୁଡିକରେ ଏହି ତିନୋଟି ବ୍ୟାଙ୍କର ପ୍ରଦର୍ଶନ ଓଡିଶାରେ ଆଦୌ ସନ୍ତୋଷ ଜନକ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସରକାରଙ୍କ ଗରିବ କଲ୍ୟାଣ ଯୋଜନାରେ ବ୍ୟାଙ୍କଗୁଡିକ ହେଉଛନ୍ତି ଏକ ବଡ ମାଧ୍ୟମ। ତେଣୁ, ଏହି ସବୁ ବ୍ୟାଙ୍କଗୁଡିକ ବିଭିନ୍ନ ଯୋଜନାରେ ଯେଉଁଥିରେ ଗରିବ ଲୋକମାନେ ଉପକୃତ ହେଉଛନ୍ତି, ସେଥିରେ ଅଧିକ ଲୋକଙ୍କୁ ଋଣ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ବ୍ୟାଙ୍କମାନଙ୍କ ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କରି କହିଛନ୍ତି ଯେ, ସେମାନେ ଏହି ସବୁ ଯୋଜନାରେ ଲୋକଙ୍କୁ ଋଣଦେବା ପାଇଁ ଆଗ୍ରହୀ ଅଛନ୍ତି ଏବଂ ଖୁବଶୀଘ୍ର ଏହି ପ୍ରଦର୍ଶନରେ ଉନ୍ନତି ଆସିବ ବୋଲି ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଭରସା ଦେଇଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ମୁଖ୍ୟମନ୍ତ୍ରୀଙ୍କୁ ବ୍ୟାଙ୍କମାନଙ୍କ ପ୍ରଦର୍ଶନ ବିଷୟରେ ଅବଗତ କରିଥିଲେ।

ବୈଠକରେ ଆକ୍ସିସ୍ ବ୍ୟାଙ୍କର କାର୍ଯ୍ୟକାରୀ ନିର୍ଦେଶକ ମୁନୀଷ ସାରଦା, ସରକାରୀ ବିଜନେସ କଣ୍ଟ୍ରିହେଡ୍ ଅନୀଲ ଅଗ୍ରୱାଲ୍, ଇଷ୍ଟ ରିଜିଓନାଲ ହେଡ୍ ସୌରଭ ଦତ୍ତା, ଏଚଡିଏଫସି ବ୍ୟାଙ୍କ ପକ୍ଷରୁ କଣ୍ଟ୍ରି ହେଡ୍ ସ୍ମିତା ଭଗତ୍, ବ୍ରାଞ୍ଚ ବ୍ୟାଙ୍କିଙ୍ଗ ହେଡ୍ ଇଷ୍ଟ ସନ୍ଦୀପ କୁମାର, ରିଜିଓନାଲ ହେଡ୍ ଦୀପକ ସିଂହ ଏବଂ ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ବିଜନେସ ହେଡ୍ ସୁମିତ ମେହେରୋତ୍ରା, ଓଡ଼ିଶା ସିଟି ବିଜିନେସ ହେଡ୍ ବିନୋଦ ଏଲ୍ ଏବଂ ରିଜିଓନାଲ ହେଡ୍ ଅମୀୟ ନାୟକ ପ୍ରମୁଖ ଯୋଗଦେଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories