www.samajalive.in
Tuesday, December 9, 2025
15.1 C
Bhubaneswar

ଆମର ନୀତି ହେଉଛି ସବୁ ଜୀବନ ମୂଲ୍ୟବାନ – ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ମହାମାରୀର ପ୍ରଭାବ ସତ୍ତ୍ବେ ଓଡିଶା ବିଭିନ୍ନ ବିପର୍ଯ୍ୟୟର ଉତ୍ତମ ମୁକାବିଲା କରି ବିଶ୍ବସ୍ତରରେ ପ୍ରଶଂସାର ପାତ୍ର ହୋଇପାରିଛି ବୋଲି କହିଛନ୍ତି। ସେ କହିଛନ୍ତି ଯେ ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ନୀତି ହେଉଛି ସବୁ ଜୀବନ ମୂଲ୍ୟବାନ। ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମେ ନିୟମିତ ଭାବରେ ବନ୍ୟା, ବାତ୍ୟା, ମରୁଡି ଆଦି ବିଭିନ୍ନ ପ୍ରକାର ବିପର୍ଯ୍ୟୟର ସାମ୍‌ନା କରିଆସୁଛୁ। ଜଳବାୟୁ ପରିବର୍ତ୍ତନ ଯୋଗୁ ବିପର୍ଯ୍ୟୟର ତୀବ୍ରତା ବଢିବା ସହିତ ଅଧିକ ସଂଖ୍ୟକ ବିପର୍ଯ୍ୟୟ ଦେଖାଦେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପ୍ରାକ୍‌ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ଯ୍ୟକ୍ରମ, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପ୍ରାଣୀସେବା ଆଦି ସମସ୍ତ ବ୍ୟବସ୍ଥା ଠିକ୍‌ ଭାବେ ପ୍ରସ୍ତୁତ ରଖିବା ସହିତ ଓଡ୍ରାଫ ଓ ଅଗ୍ନିସେବା ୟୁନିଟ ଗୁଡିକ ତ୍ବରିତ୍ ପଦକ୍ଷେପ ନେବାପାଇଁ ସତର୍କ ହୋଇ ରହିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories