www.samajalive.in
Friday, December 5, 2025
20.1 C
Bhubaneswar

ପୁରୀକୁ ବିଶ୍ୱସ୍ତରୀୟ ଧାର୍ମିକ ସହର ଭାବେ ଗଢ଼ି ତୋଳାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀଠାରେ କାର୍ତ୍ତିକ ହବିଷ୍ୟାଳି ବ୍ରତ ୨୦୨୫ ଆୟୋଜନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନରେନ୍ଦ୍ର କୋଣସ୍ଥିତ ବୃନ୍ଦାବତୀ ନିବାସଠାରେ ଉପସ୍ଥିତ ରହି ହବିଷ୍ୟାଳି ମା’ମାନଙ୍କୁ ଭେଟିଥିଲେ। ଏହି ଅବସରରେ ସେ କହିଥିଲେ ଯେ ହବିଷିଆଳୀ ମା’ମାନଙ୍କ ଭକ୍ତି ହେଉଛି ଓଡ଼ିଶାର ନୈତିକ ଶକ୍ତି ଏବଂ ଓଡ଼ିଆ ସଂସ୍କୃତି ଓ ଅସ୍ମିତାର ଜୀବନ୍ତ ପ୍ରତୀକ। ଖୁବଶୀଘ୍ର ପୁରୀକୁ ବିଶ୍ଵସ୍ତରୀୟ ଧାର୍ମିକ ସହର ଭାବେ ଗଢ଼ି ତୋଳାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, କାର୍ତ୍ତିକ ମାସ ଆତ୍ମସଂଯମ, କରୁଣା ଓ ଭକ୍ତିର ମାସ ଭାବରେ ଓଡ଼ିଆ ସଂସ୍କୃତିରେ ବିଶେଷ ଗୁରୁତ୍ୱ ରଖେ। ଓଡ଼ିଆ ମା’ମାନେ ଶତାବ୍ଦୀ ଧରି ହବିଷ ପାଳନ କରି ଆସୁଛନ୍ତି ଓ ଏହି ପାରମ୍ପରିକତା ଓଡ଼ିଶାର ନୈତିକ ଶକ୍ତିକୁ ପ୍ରତିନିଧିତ୍ୱ କରେ।

- Advertisement -

ନିଜ ବକ୍ତବ୍ୟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ଆଗାମୀ ବର୍ଷରୁ ହବିଷିଆଳୀ ମା’ମାନଙ୍କ ପାଇଁ ସମର୍ପିତ ଡିଜିଟାଲ୍ ପଞ୍ଜୀକରଣ ବ୍ୟବସ୍ଥା ଆରମ୍ଭ ହେବ, ଯେଉଁଥିରେ ଚିକିତ୍ସା ଓ ଜରୁରୀ ସେବା ଉପଲବ୍ଧ ରହିବ। ପୁରୀ କେବଳ ଏକ ଧର୍ମୀୟ ସ୍ଥାନ ନୁହେଁ, ଏହା ଓଡ଼ିଆ ଭକ୍ତି ଓ ଆସ୍ଥାର ପ୍ରତୀକ। ସରକାର ପୁରୀକୁ ବିଶ୍ୱସ୍ତରୀୟ ଧାର୍ମିକ ସହର ଭାବେ ଉନ୍ନତ କରିବାକୁ ପ୍ରତିଶ୍ରୁତିବଦ୍ଧ ଏବଂ ଏହି ସହରକୁ ମହାନଗର ନିଗମ ଭାବେ ଘୋଷଣା ତାହାର ପ୍ରଥମ ପଦକ୍ଷେପ। ହବିଷିଆଳୀ ମା’ମାନଙ୍କ ଭକ୍ତି ଓ ପ୍ରାର୍ଥନା ଓଡ଼ିଶାକୁ ଆଶୀର୍ବାଦ କରିବ ଏବଂ ସମାଜକୁ ଶାନ୍ତି ପଥରେ ଆଗେଇ ନେବ।

ଚଳିତ ବର୍ଷ ପ୍ରାୟ ୨ ହଜାର ୫୦୦ ହବିଷିଆଳୀ ମା’ମାନଙ୍କ ପାଇଁ ସରକାରଙ୍କ ପକ୍ଷରୁ ୫ଟି ନିର୍ଦ୍ଧାରିତ ସ୍ଥଳ ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସ, ରେଲୱେ କଲ୍ୟାଣ ମଣ୍ଡପ ଓ ମୋଚିସାହି କଲ୍ୟାଣ ମଣ୍ଡପରେ ରହିବା ଓ ଖାଦ୍ୟପେୟର ବ୍ୟବସ୍ଥା କରାଯାଇଛି। ସେଥିପାଇଁ ସରକାରଙ୍କ ପକ୍ଷରୁ ପ୍ରାୟ ୩ କୋଟି ୩୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଥିବା ଓ ଏହା ଗତ ବର୍ଷ ତୁଳନାରେ ୭୦ ଲକ୍ଷ ଅଧିକ ଥିବା ତଥ୍ୟ ମୁଖ୍ୟମନ୍ତ୍ରୀ ଦେଇଥିଲେ।

କାର୍ଯ୍ୟକ୍ରମରେ ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର, ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇ, ପୁରୀ ସଦର ବିଧାୟକ  ସୁନିଲ କୁମାର ମହାନ୍ତି, ବ୍ରହ୍ମଗିରି ବିଧାୟିକା ଶ୍ରୀମତୀ ଉପାସନା ମହାପାତ୍ର,  ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ମଂଚାସୀନ ଥିଲେ।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories