ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି(ବୁଧବାର) ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ଭାର ସମ୍ଭାଳିବା ପରେ ଏହା ତାଙ୍କର ପ୍ରଥମ ଦିଲ୍ଲୀ ଗସ୍ତ। ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି। ଏହା ସହିତ ସେ ବିଜେପିର କିଛି ବରିଷ୍ଠ ନେତୃବୃନ୍ଦଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।
Comments are closed.