www.samajalive.in
Monday, December 15, 2025
16.1 C
Bhubaneswar

ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ନେଇ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି କରାଯାଇଛି ।  ଏହା ଜୁଲାଇ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ।  ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories