ନୂଆଦିଲ୍ଲୀ: ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ। ଆଜି ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳରେ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ବାପୁଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି। ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଙ୍କ ସମାଧି ସ୍ଥଳରେ ମଧ୍ୟ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି । ପରେ ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ୧ଟାରେ ନୂଆଦିଲ୍ଲୀସ୍ଥିତ ତ୍ୟାଗରାଜନଗର ଜଗନ୍ନାଥ ମନ୍ଦିର ଯିବେ। ସନ୍ଧ୍ୟା ୬ଟାରେ ହଚଖାସ୍ ଜଗନ୍ନାଥ ମନ୍ଦିରରେ ପ୍ରବାସୀ ଓଡ଼ିଆଙ୍କ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି। ସେପଟେ ଶ୍ରଦ୍ଧା ସୁମନ ଅର୍ପଣ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଅଟଳ ବିହାରୀ ବାଜପେୟୀଙ୍କ ଦ୍ଵାରା ଅନୁପ୍ରାଣିତ ହୋଇ ମୁଁ ରାଜନୀତିକୁ ଆସିଥିଲି। ଦେଶ ପାଇଁ ତାଙ୍କ ଅବଦାନ ଅତୁଳନୀୟ। ୨୦୩୬ ସୁଦ୍ଧା ବିକଶିତ ଓଡିଶା ଏବଂ ନୂଆ ଓଡିଶା ଗଠନ ଦିଗରେ କାର୍ଯ୍ୟ କରାଯିବ।
ରାଜଘାଟରେ ମହାତ୍ମା ଗାନ୍ଧୀ ଏବଂ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Popular Categories



