www.samajalive.in
Sunday, December 7, 2025
18.1 C
Bhubaneswar

ନିରଞ୍ଜନଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ଘଟଣାସ୍ଥଳରେ ପହଞ୍ଚିଲେ ପୁଲିସ କମିଶନର

ସମାଜ ଡିଜିଟାଲ​ ଡେସ୍କ: ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବାସଭବନରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଘରେ ପଶି ଆଲମିରା ଭାଙ୍ଗି ୫୦ ଲକ୍ଷରୁ ଊର୍ଦ୍ଧ୍ଵ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଏହି ଘଟଣା ବିଷୟରେ ଜାଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିରଞ୍ଜନଙ୍କ ସହିତ କଥା ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନିରଞ୍ଜନଙ୍କୁ ଫୋନ କରି ଚୋରି ସମ୍ପର୍କରେ ପଚାରି ବୁଝିଛନ୍ତି। ସେହିପରି ପୁଲିସ କମିଶନର ଏସ. ଦେବଦତ୍ତ ସିଂହ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିଛନ୍ତି। ଅନ୍ୟପଟେ ଖୁବଶୀଘ୍ର ଅଭିଯୁକ୍ତ ଧରାପଡ଼ିବ ବୋଲି ଭୁବନେଶ୍ଵର ଡିସିପି ପିନାକ ମିଶ୍ର କହିଛନ୍ତି।

ତେବେ ରାଜଧାନୀର ସୁରକ୍ଷିତ ଅଞ୍ଚଳ କୁହାଯାଉଥିବା ଭିଆଇପି କଲୋନୀରୁ ଚୋରି ହେବା ଘଟଣା ପୁଲିସର ପାରିବା ପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅପରାଧୀଙ୍କ ପ୍ରତି ପୁଲିସ କୋହଳ ମନୋଭାବ ପୋଷଣ କରୁଥିବା ସାଧାରଣରେ ଅଭିଯୋଗ ହେଉଛି।

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories