www.samajalive.in
Monday, December 15, 2025
26.1 C
Bhubaneswar

ଘଟଗାଁ ତାରିଣୀ ପୀଠ ପାଇଁ ୫୦ କୋଟିର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଗସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ସେ ନିଜ ଜନ୍ମମାଟିକୁ ଗସ୍ତ କରିଛନ୍ତି। ଦୁଇ ଦିନିଆ ଗସ୍ତର ପ୍ରଥମ ଦିନରେ ସେ ଘଟଗାଁ ଯାଇ ମା’ ତାରିଣୀଙ୍କୁ ଦର୍ଶନ କରିଛନ୍ତି। ଘଟଗାଁ ହେଲିପ୍ୟାଡ୍‌ରେ ପହଞ୍ଚିବା ପରେ ସେଠାରୁ ବିଶାଳ ଶୋଭାଯାତ୍ରାରେ ଯାଇ ମା’ ତାରିଣୀଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମା’ଙ୍କ ଦର୍ଶନ ପରେ ମନ୍ଦିରର ଉନ୍ନତି ତଥା ସୌନ୍ଦର୍ଯ୍ୟକରଣ ପାଇଁ ଆଉ ୫୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ପୀଠର ବିକାଶ ପାଇଁ ୫୦ କୋଟି ଟଙ୍କା ବିନିମୟରେ କାମ ଚାଲିଛି। ଏବେ ଆଉ ୫୦ କୋଟି ଟଙ୍କା ମନ୍ଦିରର ସୌନ୍ଦର୍ଯ୍ୟକରଣରେ ବିନିଯୋଗ ହେବ ବୋଲି ସେ କହିଛନ୍ତି। ଏଥିସହ ତାରିଣୀ ପୀଠକୁ ଜାତୀୟ ମାନ୍ୟତା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିବୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

 

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories